Saturday, October 10, 2026
27.9 C
Odisha

    ଜାତୀୟ ମହିଳା କମିଶନଙ୍କ ତରଫରୁ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ମହିଳା ଜନଶୁଣାଣି କାର୍ଯ୍ୟକ୍ରମ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ମହିଳାମାନଙ୍କୁ ସଶକ୍ତ କରିବା ଏବଂ ତୃଣମୂଳ ସ୍ତରରେ ସେମାନଙ୍କ ସମସ୍ୟାର ସମାଧାନ କରିବା ପାଇଁ, ଜାତୀୟ ମହିଳା ଆୟୋଗ “ଜାତୀୟ ମହିଳା କମିଶନ – ଆପଣଙ୍କ ଦ୍ୱାରରେ” ଶୀର୍ଷକ ଏକ ଜନ ଶୁଣାଣି ଆୟୋଜନ କରୁଛନ୍ତି । ଏହି ଜନଶୁଣାଣି ୧୧ ଫେବୃଆରୀ, ୨୦୨୫ ଦିନ ଅପରାହ୍ନ ୨:୦୦ ଟାରେ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନର ଏକାମ୍ର ହଲରେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ବିଜୟା ରାହଟକରଙ୍କ ଉପସ୍ଥିତିରେ ଅନୁଷ୍ଠିତ ହେବ।ମହିଳାମାନଙ୍କ ସହ ଜଡିତ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜାତୀୟ ମହିଳା କମିଶନ ଦ୍ୱାରା ଆୟୋଜିତ ଏହି ଜନଶୁଣାଣିରେ ଜିଲ୍ଲା ମାଜିଷ୍ଟ୍ରେଟ, ପୋଲିସ ଅଧୀକ୍ଷକ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ସକ୍ରିୟ ଅଂଶଗ୍ରହଣ କରିବେ। ଭୁବନେଶ୍ୱର ଏବଂ ଆଖପାଖ ସମସ୍ତ ସହରର ମହିଳାମାନେ କୌଣସି ପ୍ରକାରର ସମସ୍ୟାରେ ପୀଡିତ ଥିଲେ, ସେମାନେ ଏହି ଜନଶୁଣାଣିରେ ଅଂଶଗ୍ରହଣ କରି ନିଜର ସମସ୍ୟା ଆୟୋଗଙ୍କ ନିକଟରେ ଉପସ୍ଥାପନ କରିବାକୁ ଜାତୀୟ ମହିଳା କମିଶନ ପକ୍ଷରୁ ଅନୁରୋଧ କରାଯାଇଛି । ମହିଳାମାନଙ୍କ ସହ ଜଡିତ ବିଚାରାଧୀନ ମାମଲାଗୁଡ଼ିକର ସମାଧାନ କରିବା ଏବଂ ଯଥାସମ୍ଭବ ସମସ୍ତ ସମସ୍ୟାର ଶୀଘ୍ର ସମାଧାନ ଯୋଗାଇବା ଏହି ଜନଶୁଣାଣିର ଉଦ୍ଦେଶ୍ୟ। ଶୁଣାଣି ସମ୍ବନ୍ଧୀୟ ଯେକୌଣସି ସୂଚନା ପାଇଁ ଗୁଞ୍ଜନ ସିଂହ (୭୦୧୧୯୭୨୮୬୨)ଙ୍କ ସହିତ ଯୋଗାଯୋଗ କରିବାକୁ ଜାତୀୟ ମହିଳା କମିଶନ ପକ୍ଷରୁ କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.9 ° C
    27.9 °
    27.9 °
    72 %
    1.6kmh
    0 %
    Sat
    25 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ