Friday, December 26, 2025
19.2 C
Odisha

    ଜାନୁଆରି ୧୫ ସୁଦ୍ଧା ସରିବ ଇ-କେୱାଇସି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଜାନୁଆରି ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ କାରଣରୁ ବୟସାଧିକ୍ୟ କାରଣରୁ ଇ-କେୱାଇସି କରିନାହାନ୍ତି, ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଇ-କେୱାଇସି କରାଉଛନ୍ତି। ଅନ୍ୟପଟେ ଯେଉଁମାନେ ବାହାର ରାଜ୍ୟରେ ରହୁଛନ୍ତି ସେମାନଙ୍କ ଇ-କେୱାଇସି ପାଇଁ ବାହାର ରାଜ୍ୟକୁ ସରକାରୀ ଅଧିକାରୀ ଯିବେ। ଏହି କ୍ରମରେ ନିକଟରେ ଗୋଆରେ ଥିବା କିଛି ଲୋକଙ୍କ ଇ-କେୱାଇସି କରାଯାଇଛି। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ତଥ୍ୟ ଦେଇ କହିଛନ୍ତି, ସମସ୍ତଙ୍କର ଇ-କେୱାଇସି କରିବେ ସରକାର। ବର୍ତ୍ତମାନ ସୁଦ୍ଧା ୫୦ଲକ୍ଷ ହିତାଧିକାରୀ ଇ-କେୱାଇସି କରିନାହାନ୍ତି। ବର୍ତ୍ତମାନ ସୁଦ୍ଧା ୮୫ପ୍ରତିଶତ ଇ-କେୱାଇସି ସରିଲାଣି, ବାକି ଆସନ୍ତା ୧୫ତାରିଖ ସୁଦ୍ଧା ସରିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.2 ° C
    19.2 °
    19.2 °
    43 %
    0.9kmh
    3 %
    Fri
    26 °
    Sat
    27 °
    Sun
    28 °
    Mon
    28 °
    Tue
    29 °

    ସମ୍ବନ୍ଧିତ