Saturday, October 17, 2026
28.9 C
Odisha

    ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲ୍ଲାରେ ଧାନକିଣା : ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲ୍ଲାରେ ଧାନକିଣା ପ୍ରକ୍ରିୟା ଆରମ୍ଭ । ରାଜ୍ୟରେ ଧାନକିଣା ପ୍ରକ୍ରିୟା ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି । ଧାନକିଣା ପ୍ରକ୍ରିୟାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ପର୍ଯ୍ୟନ୍ତ ରାଜ୍ୟର ୧୨ଟି ଜିଲ୍ଲାରେ ଧାନ କ୍ରୟ ପ୍ରକ୍ରିୟା ଚାଲୁରହିଛି । ୧୭ଟି ଜିଲ୍ଲାରେ ଟୋକନ୍ ପ୍ରଦାନ କରାଯାଇଛି ।

    ଆଗାମୀ ଗୋଟିଏ ସପ୍ତାହ ମଧ୍ୟରେ ଆଉ ୫ ଜିଲ୍ଲାରେ ଧାନକିଣା ଆରମ୍ଭ ହେବ। ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୧୧ହଜାର ୧୨୮ ଜଣ କୃଷକ ତାଙ୍କର ୪ଲକ୍ଷ ୯୭ହଜାର ୫୯୪ ମେଟ୍ରିକ୍ ଟନ୍ ଧାନ ବିକ୍ରୟ କରିପାରିଛନ୍ତି । ଏପର୍ଯ୍ୟନ୍ତ ପ୍ରାୟ ୧୦୫୬.୦୮ କୋଟି ଟଙ୍କାର ଅର୍ଥପ୍ରଦାନ କରାଯାଇଛି। ବୈଠକରେ ଧାନ ସଂଗ୍ରହରେ ଯେପରି ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ୱନ ହେବ ଏବଂ କୌଣସି ପରିସ୍ଥିତିରେ ଚାଷୀମାନଙ୍କ ହକ ଉପରେ ଆଞ୍ଚ ନଆସିବ, ତାକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମିଲର୍ ମାନେ ଯେପରି ଚାଷୀମାନଙ୍କ ଠାରୁ ଠିକ୍ ଭାବରେ ଧାନ ସଂଗ୍ରହ କରିବେ ଏବଂ ଚାଷୀମାନେ ଯେପରି ଠିକ୍ ସମୟରେ ତାଙ୍କ ପ୍ରାପ୍ୟ ପାଇବେ ସେଥିପ୍ରତି ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ ଅଣଧାନ ଫସଲ ସଂଗ୍ରହ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ବିଶେଷକରି ମାଣ୍ଡିଆ, ଡାଲି ଜାତୀୟ ଫସଲ ଓ ତୈଳବୀଜ ଚାଷକୁ ଅଧିକ ପ୍ରୋତ୍ସାହନ ଦେବା ପାଇଁ ବୈଠକରେ ମତ ପ୍ରକାଶ ପାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    28.9 ° C
    28.9 °
    28.9 °
    64 %
    1.9kmh
    50 %
    Sat
    30 °
    Sun
    31 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ