Sunday, October 11, 2026
24.3 C
Odisha

    ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

    ଆଗକୁ ପଢନ୍ତୁ

    କଟକ  : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି) ଆସନ୍ତା ଜାନୁଆରୀ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ ଶନିବାର ଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଶାୟୀମାନେ ବୋର୍ଡ ୱେବସାଇଟ୍‌ରେ ଅନଲାଇନ ଦ୍ବାରା ଫର୍ମପୂରଣ କରିପାରିବେ।

    ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଆବେଦନ ଅବଧି ରହିଥିବାବେଳେ ଜାନୁଆରୀ ୧୦ ତାରିଖରେ ଆଡମିଟ୍‌ କାର୍ଡ ପ୍ରଦାନ କରାଯିବ। ତେବେ ଏହି ପରୀକ୍ଷା ମୋଟ ଦୁଇଟି ସିଟିଂରେ ହେବ। ପୂର୍ବାହ୍ଣ ୯ଟାରୁ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ପ୍ରଥମ ସିଟିଂ ଏବଂ ଅପରାହ୍ଣ ୨ଟାରୁ ୪ଟା ୩୦ ମିନିଟ ପର୍ଯ୍ୟନ୍ତ ଦ୍ବିତୀୟ ସିଟିଂରେ ଆଶାୟୀ ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    76 %
    1.6kmh
    3 %
    Sun
    24 °
    Mon
    30 °
    Tue
    30 °
    Wed
    30 °
    Thu
    30 °

    ସମ୍ବନ୍ଧିତ