Sunday, October 4, 2026
28.6 C
Odisha

    ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ହାସଲ- ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସକାଳୁ ସ୍ୱତନ୍ତ୍ର ରିଲିଫ୍ କମିଶନର କାର୍ଯ୍ୟାଳୟକୁ ଯାଇ ପରିସ୍ଥିତିର ସମୀକ୍ଷା କରିବା ସହିତ ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ କାଲି ମଧ୍ୟ ରାତ୍ରରୁ ଆଜି ସକାଳ ୭ଟା ସୁଦ୍ଧା ଭିତରକନିକା ଓ ଧାମରା ମଧ୍ୟବର୍ତ୍ତୀ ଅଞ୍ଚଳରେ ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ହୋଇଛି। ହସ୍ତଗତ ହୋଇଥିବା ତଥ୍ୟ ଅନୁଯାୟୀ ଆମେ ଆମର ‘ଜିରୋ କାଜୁଆଲ୍‌ଟି’ ଲକ୍ଷ୍ୟ ହାସଲ କରିଛୁ। ବାତ୍ୟା ମୁକାବିଲାରେ ଆମେ ସମ୍ପୂର୍ଣ୍ଣ ସଫଳତା ହାସଲ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି କାର୍ଯ୍ୟରେ ନିୟୋଜିତ ଥିବା ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ସରକାର ଓ ପ୍ରଶାସନର ତତ୍ପରତା ଯୋଗୁ ପ୍ରାୟତଃ କ୍ଷୟକ୍ଷତି ଘଟି ନାହିଁ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁ ସବୁ ଜାଗାରେ ଗଛ ପଡି ରାସ୍ତା ଅବରୋଧ ହୋଇଛି, ଆଜି ଅପରାହ୍ନ ଗୋଟାଏ ସୁଦ୍ଧା ସେସବୁ ହଟାଯିବ। ବିଦ୍ୟୁତ ସରବରାହ ବ୍ୟାଘାତ ହୋଇଥିବା ସ୍ଥାନଗୁଡିକରେ ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତ ସଂଯୋଗ ଯୋଗାଇଦିଆଯିବ। ରେଳ ସେବା ମଧ୍ୟ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ଓ ପୁରୀରୁ ନିର୍ଦ୍ଧାରିତ ସମୟରେ ରେଳ ଚଳାଚଳ କରିବ ବୋଲି ସେ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ