Saturday, October 24, 2026
26 C
Odisha

    ଜିଲ୍ଲାରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୮ତମ ପାଳିରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ତାଙ୍କ ସହିତ ୧୩ ଜଣ ମନ୍ତ୍ରୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଆଗକୁ ଗ୍ରୀଷ୍ମଋତୁ ପରେ ଜିଲ୍ଲା ସ୍ତରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି।
    ମୁଖ୍ୟମନ୍ତ୍ରୀ ପ୍ରଥମେ ଆସି ବାହାରେ ଅପେକ୍ଷା କରିଥିବା ୩୦ଜଣ ଦିବ୍ୟାଙ୍ଗ ଓ ଦୁରାରୋଗରେ ପୀଡ଼ିତ ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ। ଏହାପରେ ପ୍ରକୋଷ୍ଠ ଭିତରେ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ସେହିପରି ବିଭିନ୍ନ ରୋଗରେ ପୀଡ଼ିତ ପ୍ରାୟ ୧୩ ଜଣ ଅଭିଯୋଗକାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୩.୬୦ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ରାଶି ମଞ୍ଜୁର କରିଛନ୍ତି। ପୁଅର ଦୁର୍ଘଟଣାଜନିତ ମୃତ୍ୟୁ ପାଇଁ ନୟାଗଡ଼ର କାମାକ୍ଷୀ ସାହୁଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ମଞ୍ଜୁର କରିଛନ୍ତି। ସୋମବାର ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ଜରିଆରେ ୬୦୦ରୁ ଊର୍ଦ୍ଧ୍ବ ଅଭିଯୋଗ ପତ୍ର ଗ୍ରହଣ କରାଯାଇଛି।
    ଗତ ୧୭ ପାଳି ସୁଦ୍ଧା ଅଭିଯୋଗ ପ୍ରକୋଷ୍ଠରେ ପ୍ରତ୍ୟକ୍ଷ ଭାବେ ଆସିଥିବା ୧୪,୬୫୧ଟି ଅଭିଯୋଗ ମଧ୍ୟରୁ ୧୪,୦୪୬ ଅର୍ଥାତ ୯୬ ପ୍ରତିଶତ ଅଭିଯୋଗର ସମାଧାନ କରାଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମର ଏହି ଜନାଭିମୁଖୀ କାର୍ଯ୍ୟକ୍ରମ ଯୋଗୁଁଁ ସାଧାରଣ ଲୋକଟିଏ ତା’ର ସମସ୍ୟା ଓ ଅଭିଯୋଗକୁ ସିଧାସଳଖ ସରକାର ଓ ପ୍ରଶାସନ ନିକଟରେ ପହଞ୍ଚାଇ ପାରୁଛି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁଁ ବର୍ତ୍ତମାନ ଏହି କାର୍ଯ୍ୟକ୍ରମ ଟିକେ କମ୍ ଅଛି। ଗ୍ରୀଷ୍ମଋତୁ ପରେ ଏହାକୁ ଆହୁରି ବ୍ୟାପକ କରାଯିବ। ଭୁବନେଶ୍ବର ବାହାରେ ବିଭିନ୍ନ ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହାଦ୍ୱାରା ଦୂରଦୂରାନ୍ତରୁ ଲୋକେ ଆଉ ଖର୍ଚ୍ଚାନ୍ତ ଓ ହଇରାଣ ହୋଇ ଭୁବନେଶ୍ବର ଆସିବେ ନାହିଁ। ପ୍ରଶାସନ ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ସମସ୍ୟା ଶୁଣିବ ବୋଲି କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26 ° C
    26 °
    26 °
    64 %
    1.3kmh
    3 %
    Sat
    23 °
    Sun
    28 °
    Mon
    28 °
    Tue
    30 °
    Wed
    26 °

    ସମ୍ବନ୍ଧିତ