Tuesday, November 4, 2025
25.8 C
Odisha

    ଜିଲ୍ଲା ବିଜ୍ଞାନ କେନ୍ଦ୍ର ତଥା ପ୍ଲାନେଟୋରିୟମ ଉଦ୍‌ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର; ଆଜି ଜାତୀୟ ବିଜ୍ଞାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର, ରାୟଗଡାରେ ପ୍ଲାନେଟୋରିୟମ, କେନ୍ଦୁଝର ଜିଲ୍ଲା ଘଟଗାଁରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ ଓ ମୟୁରଭଞ୍ଜ ଜିଲ୍ଲା ବାରିପଦାଠାରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ ଉଦ୍‌ଘାଟନ କରିବା ସହିତ କଳାହାଣ୍ଡି, ବୌଦ୍ଧ, କେନ୍ଦ୍ରାପଡା, ଝାରସୁଗୁଡା, ଗଜପତି, ନୂଆପଡା ଓ ଜଗତସିଂହପୁର ଜିଲ୍ଲା ବିଜ୍ଞାନ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜ୍ଞାନ ଓ ବିକାଶ ସମତାଳରେ ଆଗକୁ ବଢିଥାଏ। ବିଜ୍ଞାନ ବିନା ବିକାଶ ଅସମ୍ପୂର୍ଣ୍ଣ । ପ୍ରତିଦିନ ବିଜ୍ଞାନ ଓ ବୈଷୟିକ ଜ୍ଞାନକୌଶଳ ସମାଜର ବିଭିନ୍ନ କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି। ଶିକ୍ଷା କ୍ଷେତ୍ରରେ ଏହାର ବିଶେଷ ଗୁରୁତ୍ୱ ରହିଛି। 5T ସ୍କୁଲ ରୂପାନ୍ତରଣରେ ଆଜି ବୈଷୟିକ ଜ୍ଞାନକୌଶଳକୁ ବ୍ୟବହାର କରି ସ୍ମାର୍ଟ କ୍ଲାସ ରୁମ୍‌, ଇ- ଲାଇବ୍ରେରୀ, ମଡର୍ଣ୍ଣ ଲାବୋରଟୋରୀ ଆଦି ବିକାଶ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.8 ° C
    25.8 °
    25.8 °
    59 %
    1.2kmh
    100 %
    Tue
    27 °
    Wed
    27 °
    Thu
    28 °
    Fri
    27 °
    Sat
    27 °

    ସମ୍ବନ୍ଧିତ