Tuesday, August 11, 2026
30.2 C
Odisha

    ଜୁଲାଇ ୩ ବେଳକୁ ଲଘୁଚାପ, ୬ ପର୍ଯ୍ୟନ୍ତ ଓଡ଼ିଶାରେ ବ୍ୟାପକ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଜୁଲାଇ ୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ‘ଲଘୁଚାପ’ ସୃଷ୍ଟି ହେବାର ସମ୍ଭାବନା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଉତ୍ତର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣି ବଳୟ ସକ୍ରିୟ ଅଛନ୍ତି । ​ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ ଆଜିଠାରୁ ୬ ଜୁଲାଇ ପର୍ଯ୍ୟନ୍ତ ଓଡ଼ିଶାରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ଅଛି । ​ଏହି ସମୟ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ଏବଂ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

    ସୃଷ୍ଟି ହେବାକୁ ଥିବା ଲଘୁଚାପ ଯୋଗୁଁ ଆଗାମୀ ଦିନରେ ବର୍ଷାର ପରିମାଣ ବଢ଼ିପାରେ । ଘଡ଼ଘଡ଼ି ଓ ପ୍ରବଳ ବର୍ଷା ନେଇ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ରହିଥିବା ବେଳେ ଅନ୍ୟ ୨୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ସମୟରେ ଘରୁ ବାହାରକୁ ନବାହାରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। OSDMA ଏବଂ ଜିଲ୍ଲା ପ୍ରଶାସନ ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30.2 ° C
    30.2 °
    30.2 °
    66 %
    3.5kmh
    100 %
    Tue
    29 °
    Wed
    31 °
    Thu
    29 °
    Fri
    30 °
    Sat
    26 °

    ସମ୍ବନ୍ଧିତ