Friday, May 29, 2026
28 C
Odisha

    ଝଡ଼ ତୋଫାନ ଯୋଗୁଁ ପୋଲ ଭୁଶୁଡି ୫ ମୃତ, ଉଦ୍ଧାର କାର୍ଯ୍ୟ ଜାରି

    ଆଗକୁ ପଢନ୍ତୁ

    ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ହମିରପୁର ଜିଲ୍ଲାରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଛି । ଝଡ଼ ତୋଫାନ ଯୋଗୁଁ ପୋଲ ଭୁଶୁଡି ପଡିବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଘଟଣାସ୍ଥଳରେ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

    ସୂଚନାନୁଯାୟୀ, ଗୁରୁବାର ଦିନ ହମିରପୁର ସମେତ ଉତ୍ତର ପ୍ରଦେଶର ଅନେକ ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା ହୋଇଥିଲା ।  ଝଡ଼ ସମୟରେ ବେତୱା ନଦୀ ଉପରେ ନିର୍ମାଣାଧୀନ ଏକ ପୋଲର ଏକ ଅଂଶ ଭୁଶୁଡ଼ି ପଡ଼ିଥିଲା । ଫଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ସହ ଅନେକ ଲୋକ ଆହତ ହୋଇଛନ୍ତି । ସୂଚନା ପାଇବା ପରେ ପ୍ରଶାସନ ଘଟଣାସ୍ଥଳକୁ ପହଞ୍ଚିଛି । ଘଟଣାସ୍ଥଳରେ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଉଦ୍ଧାରକାରୀ ଦଳ ବ୍ରିଜ୍ ଭଗ୍ନାବଶେଷ ସଫା କରୁଛନ୍ତି । SDRF ଦଳ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛି । SDM ଏବଂ CO ସମେତ ଅନେକ ପୋଲିସ ଷ୍ଟେସନର ଫୋର୍ସ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି ।

    ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ସେ ବରିଷ୍ଠ ଅଧିକାରୀମାନଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିବା ସହ ପ୍ରଶାସନକୁ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆହତଙ୍କ ଉପଯୁକ୍ତ ଚିକିତ୍ସା ସୁନିଶ୍ଚିତ କରିବାକୁ ଏବଂ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରିବା ସହ ସମସ୍ତ ସହାୟତା ଯୋଗାଇବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28 ° C
    28 °
    28 °
    60 %
    1.4kmh
    100 %
    Fri
    25 °
    Sat
    41 °
    Sun
    39 °
    Mon
    40 °
    Tue
    42 °

    ସମ୍ବନ୍ଧିତ