Monday, June 30, 2025
23.5 C
Odisha

    ଟିକଟ ନମିଳିବାରୁ ଆତ୍ମହତ୍ୟା କଲେ ସାଂସଦ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: କିଛି ଦିନ ପୂର୍ବେ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ତାମିଲନାଡୁ ସାଂସଦ ଏ ଗଣେଶ ମୂର୍ତ୍ତିଙ୍କର ଆଜି ସକାଳେ ହୃଦଘାତରେ ମୃତ୍ୟୁ ଘଟିଛି । କୋଏମ୍ବାଟୁରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ଏ ଗଣେଶ ମୂର୍ତ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା ।ଲୋକସଭା ନିର୍ବାଚନରେ ଟିକେଟ୍ ନ ମିଳିବାରୁ ସେ ରାଗିଯାଇ ମାର୍ଚ୍ଚ ୨୪ରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ପ୍ରଥମେ ସ୍ଥାନୀୟ ଡାକ୍ତରଖାନାକୁ ନିଆଯାଇଥିଲା, କିନ୍ତୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯିବାରୁ ତାଙ୍କୁ କୋଏମ୍ବାଟୁରର ଏକ ଘରୋଇ ଡାକ୍ତରଖାନାକୁ ପଠାଯାଇଥିଲା । ଆଜି ସକାଳ ପ୍ରାୟ ୫ଟା ସମୟରେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି ।
    ଖବର ଅନୁଯାୟୀ, ଏ ଗଣେଶମୂର୍ତ୍ତି ତିନି ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ଲୋକସଭା ନିର୍ବାଚନରେ ତାଙ୍କୁ ଟିକେଟ ଦିଆଯାଇ ନଥିଲା । ତାଙ୍କ ବଦଳରେ ଏମଡିଏମକେ ପ୍ରତିଷ୍ଠାତା ଭାଇକୋଙ୍କ ପୁଅ ଦୁରାଇ ଭାଇକୋଙ୍କୁ ଇରୋଡ ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି । ଦଳର ଏହି ନିଷ୍ପତ୍ତି ପରେ ଅସନ୍ତୋଷ ପ୍ରକାଶ କରି ଏହା ପରେ ଏ ଗଣେଶମୂର୍ତ୍ତି କୀଟନାଶକ ପିଇ ଦେଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.5 ° C
    23.5 °
    23.5 °
    95 %
    2.6kmh
    100 %
    Mon
    24 °
    Tue
    25 °
    Wed
    29 °
    Thu
    28 °
    Fri
    25 °

    ସମ୍ବନ୍ଧିତ