Monday, September 28, 2026
30.3 C
Odisha

    ଟ୍ବିନସିଟିରେ ଜୋର ବର୍ଷା, ୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ !

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନରେ ଲଗାଣ ବର୍ଷା । ଟ୍ବିନସିଟିରେ ଲଘୁଚାପ ପୂର୍ବରୁ ପ୍ରବଳ ବର୍ଷା। ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତାକାଲି ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାକୁ ଯାଉଛି । ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବ । ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହା ଏହି ଲଘୁଚାପ ସୃଷ୍ଟି କରିବାରେ ସାହାଯ୍ୟ କରୁଛି । ଓଡ଼ିଶାରେ ଗତକାଲିଠାରୁ ବର୍ଷା ଆରମ୍ଭ ହୋଇଛି ।

    ୭ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ନେଇ ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । କନ୍ଧମାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ୨ ଦିନ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ରାଜ୍ୟରେ ଅନେକ ସ୍ଥାନରେ ଲଗାଣ ବର୍ଷା ହେଉଥିବା ବେଳେ କନ୍ଧମାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିଛି। ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.3 ° C
    30.3 °
    30.3 °
    63 %
    3.4kmh
    8 %
    Mon
    30 °
    Tue
    30 °
    Wed
    30 °
    Thu
    30 °
    Fri
    30 °

    ସମ୍ବନ୍ଧିତ