Friday, October 2, 2026
29.9 C
Odisha

    ଟ୍ରକକୁ ପିଟିଲା ଟାଟା ଉଇଙ୍ଗର, ୧୬ ଜଣ ତୀର୍ଥଯାତ୍ରୀ ଗୁରୁତର

    ଆଗକୁ ପଢନ୍ତୁ

    ଜଳେଶ୍ୱର : ଟ୍ରକକୁ ପଛପଟୁ ପିଟିଲା ଟାଟା ଉଇଙ୍ଗର। ବାଲେଶ୍ବର ଜିଲ୍ଲା ବସ୍ତା ଥାନା ୧୬ ନମ୍ବର ଜାତୀୟ ରାଜପଥର କୁଣ୍ତୁପୁର ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ପୁରୀରୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସାରି ପଶ୍ଚିମବଙ୍ଗ ଫେରୁଥିବା ତୀର୍ଥଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ଟାଟା ଉଇଙ୍ଗର ଗାଡ଼ି ଆଗରେ ଯାଉଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୧୬ ଜଣ ତୀର୍ଥଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ପେଟ୍ରୋଲିଂ ପୋଲିସ, ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ହସପିଟାଲରେ ଭର୍ତ୍ତି କରିଥିଲା। ସମସ୍ତ ଆହତଙ୍କୁ ନିକଟସ୍ଥ ହସପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ, ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବାଲେଶ୍ବର ହସପିଟାଲ କୁ ସ୍ଥାନାନ୍ତର କରାଯାଇଛି। ଘଟଣା ପରେ ବସ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିଛି ଏବଂ ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.9 ° C
    29.9 °
    29.9 °
    59 %
    1.3kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ