Sunday, August 30, 2026
24.7 C
Odisha

    ଟ୍ୱିନ୍‌ ସିଟି ସମେତ ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ଝିପିଝିପି ବର୍ଷା

    ଆଗକୁ ପଢନ୍ତୁ

    ଖରା ଓ ଗୁଳୁଗୁଳିରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ। ଅସହ୍ୟ ତାତିରୁ ମିଳିଲା ସାମାନ୍ୟ ତ୍ରାହି । ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସହ ଝିପିଝିପି ବର୍ଷା ହେଉଛି । ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଉକ୍ତ ୬ ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କଟକ, କନ୍ଧମାଳ ଓ ଢେଙ୍କାନାଳକୁ। ଏସବୁ ଜିଲ୍ଲାର କିଛି ସ୍ଥାନରେ ଘଡ଼ିଘଡ଼ି ସହ ବର୍ଷା ହୋଇପାରେ। ଗତ କିଛି ଦିନ ହେବ ରାଜ୍ୟରେ ହିଟୱେଭ୍ ଜାରି ରହିଥିଲା ଏବେ କାଳବୈଶାଖୀ ବର୍ଷା ତାତିରୁ ଆଶ୍ୱସ୍ତି ଆଣି ଦେଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    24.7 ° C
    24.7 °
    24.7 °
    93 %
    2.5kmh
    100 %
    Sun
    25 °
    Mon
    24 °
    Tue
    22 °
    Wed
    26 °
    Thu
    26 °

    ସମ୍ବନ୍ଧିତ