Sunday, January 25, 2026
28.9 C
Odisha

    ଡ଼ ଅଚ୍ୟୁତ ସାମନ୍ତଙ୍କୁ ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟରୁ ୭୦ତମ ସମ୍ମାନସୂଚକ ଡକ୍ଟରେଟ୍

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନର ଜୟପୁରରେ ଥିବା ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି । ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟର ୯ମ ସମାବର୍ତ୍ତନ ଉତ୍ସବ ଅବସରରେ ଆଜି ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

    ଏହା ହେଉଛି ଶ୍ରୀ ସାମନ୍ତଙ୍କ ୭୦ ତମ ସମ୍ମାନସୂଚକ ଡକ୍ଟରେଟ୍ । ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ବହୁ ବିଶିଷ୍ଟ ଅତିଥି ଓ ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟର ଚେୟାରପର୍ସନ ଓ. ପି ଅଗ୍ରୱାଲ୍‍ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ ।

    ଜେଇସିଆର୍‍ସି ଫାଉଣ୍ଡେସନ୍ ହେଉଛି ଏକ ୨୫ ବର୍ଷର ପୁରୁଣା ଶିକ୍ଷାନୁଷ୍ଠାନ । ଏଥିରେ ୨୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଏବେ ଅଧ୍ୟୟନ କରୁଛନ୍ତି । ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟର ୯ମ ସମାବର୍ତ୍ତନ ଉତ୍ସବ ଅବସରରେ ଶ୍ରୀ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ ।

    ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟର ଶିକ୍ଷା ପରିଷଦ ଏବଂ ପରିଚାଳନା ବୋର୍ଡ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ ପାଇଁ ଶ୍ରୀ ସାମନ୍ତଙ୍କ ନାମ ସୁପାରିଶ କରିଥିଲେ ଏବଂ ସର୍ବସମ୍ମତି କ୍ରମେ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିଲେ ।

    ଏହି ସମ୍ମାନ ପାଇଁ ଶ୍ରୀ ସାମନ୍ତ ଜେଇସିଆର୍‍ସି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କୃତଜ୍ଞତା ଜଣାଇବା ସହ କହିଲେ, ବିଗତ ୩ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ସେ ନିରନ୍ତର କାମ କରିଆସୁଛନ୍ତି । ଏହି ସମ୍ମାନ ଶିକ୍ଷା ଓ ସମାଜସେବା କ୍ଷେତ୍ରରେ କାମ କରିବାକୁ ଆହୁରି ପ୍ରେରଣା ଯୋଗାଇବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.9 ° C
    28.9 °
    28.9 °
    19 %
    2.2kmh
    0 %
    Sun
    30 °
    Mon
    31 °
    Tue
    32 °
    Wed
    33 °
    Thu
    33 °

    ସମ୍ବନ୍ଧିତ