Monday, October 12, 2026
24.4 C
Odisha

    ଡିସେମ୍ବର ୨୫ରେ ମିଳିବନି ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା

    ଆଗକୁ ପଢନ୍ତୁ

    ଡିସେମ୍ବର ୨୫ରେ ମିଳିବନି ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା । ବର୍ତ୍ତମାନ ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ୪ର୍ଥ ପର୍ଯ୍ୟାୟକୁ ସ୍ଥଗିତ ରଖାଯାଇଛି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଡିସେମ୍ବର ୨୫ରେ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବାର ଥିଲା। କିନ୍ତୁ ଏହା ପୂର୍ବରୁ କିଛି ହିତାଧିକାରୀଙ୍କର E-KYC ହୋଇନଥିଲା। ଏଥି ସହିତ କିଛି ହିତାଧିକାରୀଙ୍କର ମଧ୍ୟ ଫିଲ୍ଡ ଭେରିଫିକେସନ୍ ହେବାର ଥିଲା। ବର୍ତ୍ତମାନ ଗାଁରେ ଫିଲ୍ଡ ଭେରିଫିକେସନ୍ ଚାଲିଛି। ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ଚତୁର୍ଥ ପର୍ଯ୍ୟାୟକୁ ସ୍ଥଗିତ ରଖାଯାଇଛି। ଡିସେମ୍ବର ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ଆଶା ରହିଛି। ସବୁ ପ୍ରକାର ଯାଞ୍ଚ ସରିଲେ, ଚତୁର୍ଥ ପର୍ଯ୍ୟାୟ ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    78 %
    0.5kmh
    0 %
    Mon
    29 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ