Thursday, January 23, 2025
23.4 C
Odisha

    ଡିସେମ୍ବର ୮ରେ ସୋହେଲାରେ ଚାଷୀ ସମାବେଶରେ ମୁଖ୍ୟମନ୍ତ୍ରୀ ଦେବେ ବୋନସ୍

    ଆଗକୁ ପଢନ୍ତୁ

    ରାଜ୍ୟରେ ଆସନ୍ତା ୨୦ରୁ ମଣ୍ଡିରୁ ଧାନ ସଂଗ୍ରହ ହେବ । ଡିସେମ୍ବର ମାସ ୮ ତାରିଖରେ ବରଗଡ ଜିଲ୍ଲା ସୋହେଲା ଠାରେ ଏକ ରାଜ୍ୟସ୍ତରୀୟ କୃଷକ ସମାବେଶରେ ମୁଖ୍ୟମନ୍ତ୍ରୀ କୃଷକ ମାନଙ୍କୁ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ । ଡିସେମ୍ବର ୮ ତାରିଖ ଠାରୁ ୨୩୦୦ ଟଙ୍କା ସହିତ ଅତିରିକ୍ତ ୮୦୦ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ ଡିବିଟି ଜରିଆରେ ପ୍ରଦାନ କରାଯିବ । ନିର୍ବାଚନ ବେଳେ ବିଜେପି ଚାଷୀଙ୍କୁ ଧାନ କ୍ୱିଣ୍ଟାଲ ପିଚ୍ଛା ୮ ଶହ ଟଙ୍କା ଦେବାକୁ ପ୍ରତିଶ୍ରୃତି ଦେଇଥିଲା । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ, ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି ।

    ତ୍ରୁଟିଶୁନ୍ୟ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ଓ ଜିଲ୍ଲାପାଳ ମାନେ ସମସ୍ତ ପ୍ରସ୍ତୁତି କରିଛନ୍ତି । ମୁଖ୍ୟମନ୍ତ୍ରୀ ଏଥିପାଇଁ ଜିଲ୍ଲାପାଳମାନେ ନେଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହୋଇ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ପରାମର୍ଶ ଦେଇଥିଲେ । ବିଭିନ୍ନ ଧାନ ମଣ୍ଡିରେ ଗ୍ରେନ ଆନାଲାଇଜର, ମଣ୍ଡି ସୁପରଭାଇଜର ଆଦି ମୁତୟନ ସମ୍ପର୍କରେ ସୂଚନା ଦିଆଯାଇଥିଲା । ଚାଷୀମାନଙ୍କୁ ଟୋକେନ ପ୍ରଦାନ ୧୫ ତାରିଖରୁ ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଥିଲା । ଜିଲ୍ଲାପାଳମାନେ ଚାହିଁଲେ ଟୋକେନର ସମୟସୀମାକୁ ୭ ଦିନ ପର୍ଯ୍ୟନ୍ତ ବୃଦ୍ଧି କରିପାରିବେ । ପଡୋଶୀ ରାଜ୍ୟ ସହିତ ଲାଗି ରହିଥିବା ଜିଲ୍ଲା ଗୁଡିକରେ ଯେପରି ବାହାର ରାଜ୍ୟର ଧାନ ନ ପଶିବ, ସେଥିପ୍ରତି ଜିଲ୍ଲାପାଳମାନେ ପ୍ରତ୍ୟକ୍ଷ ଭାବେ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସୀମାବର୍ତ୍ତୀ ଅଞ୍ଚଳରେ କ୍ୟାମେରା ସଂଯୁକ୍ତ ଥିବା ଯାନ ମାଧ୍ୟମରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବା ପାଇଁ ଏବଂ ମଣ୍ଡିମାନଙ୍କରେ ସିସିଟିଭି ଲଗାଇବା ଓ କଟନି-ଛଟନିକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମଧ୍ୟ ଗୁରୁତ୍ୱ ଦେଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.4 ° C
    23.4 °
    23.4 °
    33 %
    0.1kmh
    50 %
    Thu
    33 °
    Fri
    33 °
    Sat
    33 °
    Sun
    32 °
    Mon
    32 °

    ସମ୍ବନ୍ଧିତ