Tuesday, January 20, 2026
18.8 C
Odisha

    ତଳମୁହାଁ ପାରଦ, ୧୨ ଡିଗ୍ରୀ ତଳେ ୧୩ ସହରର ତାପମାତ୍ରା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ତଳମୁହାଁ ପାରଦ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ବି ନିସ୍ତାର ମିଳୁନି । ଲଗାତାର ଭାବେ ପାରଦ ହ୍ରାସ ପାଇଚାଲିଛି । ୧୨ ଡିଗ୍ରୀ ତଳେ ୧୩ ସହରର ତାପମାତ୍ରା । କନ୍ଧମାଳ ଜିଲ୍ଲା ଘୁ. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ବର ଓ କଟକ ସହରର ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀକୁ ଖସିଛି। ଶିମିଳିପାଳରେ ୪ ଡିଗ୍ରୀକୁ ଖସିଲା ତାପମାତ୍ରା। ଆହୁରି ଦୁଇ ଦିନ ରାଜ୍ୟରେ ଏମିତି ଥଣ୍ଡା ଲହରୀ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ସକାଳ ୫ଟା ୫୦ରେ ରାଜଧାନୀ ଭୁବନେଶ୍ବରରେ ତାପମାତ୍ରା ୧୪.୨ ଡିଗ୍ରୀ ରେକର୍ଡ କରାଯାଇଛି। ଅନ୍ୟ ପଟେ ଘନ କୁହୁଡ଼ି ଜନ ଜୀବନକୁ ଅସ୍ତ ବ୍ୟସ୍ତ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.8 ° C
    18.8 °
    18.8 °
    37 %
    2.2kmh
    0 %
    Tue
    18 °
    Wed
    31 °
    Thu
    30 °
    Fri
    31 °
    Sat
    32 °

    ସମ୍ବନ୍ଧିତ