ଭୁବନେଶ୍ୱର : ୧୭ ଯାଏଁ କାଳବୈଶାଖୀରୁ ନିସ୍ତାର ନାହିଁ । କାଳବୈଶାଖୀ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ହ୍ରାସ ପାଇଛି । ଅଧିକାଂଶ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରୀ କମିଛି । ଆଗାମୀ ୨ଦିନ ଯାଏ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।
ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, କେନ୍ଦ୍ରାପଡା ଓ ଜଗତସିଂହପୁରକୁ ଆଲର୍ଟ ଜାରି ହୋଇଛି । ବର୍ଷା ସାଙ୍ଗକୁ ବିଜୁଳି ଘଡଘଡି ହୋଇପାରେ । ଘଣ୍ଟାପ୍ରତି ୩୦ରୁ ୪୦କିମି ବେଗରେ ପବନ ବହିପାରେ । ସେହିପରି ଆସନ୍ତାକାଲି ପାଇଁ ମଧ୍ୟ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୭ ତାରିଖ ଯାଏ ଏଭଳି ସ୍ଥିତି ଲାଗି ରହିବ ।