Sunday, September 13, 2026
28.6 C
Odisha

    ତାମିଲନାଡୁ ଅମୋନିଆ ଗ୍ୟାସ୍ ଲିକ୍ ଟ୍ରାଜେଡି, ଭୁବନେଶ୍ବରରେ ପହଞ୍ଚିଲା ୫ ଶ୍ରମିକଙ୍କ ମୃତଦେହ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲା ୫ ଜଣ ଶ୍ରମିକଙ୍କ ମୃତ ଦେହ । ତାମିଲନାଡୁ ଅମୋନିଆ ଗ୍ୟାସ୍ ଲିକ୍ ଟ୍ରାଜେଡିରେ ପ୍ରାଣ ହରାଇଥିବା ୫ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ ଦେହ ଭୁବନେଶ୍ୱର କାର୍ଗୋ ବିମାନ ବନ୍ଦରରେ ପହଞ୍ଚିଲା । ସ୍ୱତନ୍ତ୍ର ବିମାନ ଯୋଗେ ୫ ମୃତ ଶ୍ରମିକଙ୍କ ପାର୍ଥିବ ଶରୀର ଭୁବନେଶ୍ୱରରେ ପହଞ୍ଚିଛି। ଜଣେ ଅଧିକାରୀଙ୍କ ନେତୃତରେ ମୃତ ଶରୀର ଧରି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା । ଅଳ୍ପ ସମୟ ପରେ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ମନ୍ତ୍ରିପରିଷଦର ଅନ୍ୟ ସଦସ୍ୟମାନେ ଶ୍ରଦ୍ଧାଞ୍ଜଳି ଜଣାଇବେ ।

    ଅନ୍ୟପଟେ, ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣାରେ ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି । ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ । ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମେ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ । ଆଜି ସହାୟତା ରାଶିକୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.6 ° C
    28.6 °
    28.6 °
    76 %
    1.1kmh
    71 %
    Sun
    28 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ