Saturday, October 10, 2026
23.6 C
Odisha

    ତେଲଙ୍ଗାନା ରାସାୟନିକ କାରଖାନା ବିସ୍ଫୋରଣ; ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ତେଲଙ୍ଗାନାରେ ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣରେ ପ୍ରାଣ ହରାଇଥିବା ଓଡିଆଙ୍କ ପରିବାର ପାଇଁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହାୟତା ରାଶି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରାୟ ୧୦ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ନେଇ ଘୋଷଣା କରିଛନ୍ତି । ଏହାସହ ରାଜ୍ୟ ସରକାରଙ୍କ ଏକ ଅଧିକାରୀ ଦଳ ଘଟଣାସ୍ଥଳରେ ଉପସ୍ଥିତ ରହି ଉଦ୍ଧାର ଓ ଚିକିତ୍ସା କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି

    ସୂଚନାଯୋଗ୍ୟ, ତେଲେଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଥିଲା। ସୋମବାର ସକାଳ ୮ଟା ୧୫ରୁ ୯ଟା ୩୫ମଧ୍ୟରେ କାରଖାନାରେ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ କାରଖାନାର ଏକ ଅଂଶ ଭୁଶୁଡି ପଡିଥିବାର ଭୟଙ୍କର ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ୨୪ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    79 %
    1.5kmh
    1 %
    Sat
    23 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ