Friday, September 11, 2026
27.3 C
Odisha

    ଥମିଛି, ୨ ରୁ ୬ ତାରିଖ ଯାଏଁ ପୁଣି ବର୍ଷିବ, ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଥମିଛି, ଆସନ୍ତାକାଲିଠୁ ପୁଣି ବର୍ଷିବ । ୨ ତାରିଖରୁ ୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଂଜାମ, ଗଜପତି, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଭଦ୍ରକ, ବାଲେଶ୍ବର ଆଦି ୨୧ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

    ଏସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୩୦ ରୁ ୪୦ କିମି ଝଟକା ପବନ ବହିବାର ସମ୍ଭାବନା ରହିଛି। ସେହିଭଳି ଓଡ଼ିଶା ଉପରୁ ଲଘୁଚାପ ପ୍ରଭାବ ଅପସରି ଯାଇଛି, ହେଲେ ରାଜ୍ୟରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପୂର୍ବାନୁମାନ , ବୁଧବାର ରାତିରୁ ଗୁରୁବାର ସକାଳ ଭିତରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କିନ୍ତୁ, ଗୁରୁବାର ଆଉ ବଡ଼ ବର୍ଷା ସମ୍ଭାବନା ନାହିଁ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଶୁକ୍ରବାରଠାରୁ ବର୍ଷା ପରିମାଣ ଆହୁରି କମିବା ନେଇ ଅନୁମାନ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.3 ° C
    27.3 °
    27.3 °
    81 %
    1.6kmh
    97 %
    Fri
    27 °
    Sat
    28 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ