Sunday, April 26, 2026
40.3 C
Odisha

    ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର, ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା  ସହ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆକାଶ ମେଘୁଆ ରହିବ । କାଲି ଘଡ଼ଘଡ଼ି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ବର୍ଷା ସହ କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି ।

    ଏପଟେ ରାଜ୍ୟରେ କମୁଛି ଶୀତର ପ୍ରକୋପ । ଧୀରେ ଧୀରେ ବଢୁଛି ତାପମାତ୍ରା । ରାଜ୍ୟରେ ଆଗାମୀ ୪୮ ଘଣ୍ଟାରେ ରାତ୍ରି ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିଅସ ବୃଦ୍ଧି ପାଇବା ନେଇ ସୂଚନା ଜାରି କରିଛନ୍ତି ପାଣିପାଗ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    40.3 ° C
    40.3 °
    40.3 °
    18 %
    1.3kmh
    100 %
    Sun
    43 °
    Mon
    44 °
    Tue
    43 °
    Wed
    42 °
    Thu
    40 °

    ସମ୍ବନ୍ଧିତ