Sunday, October 18, 2026
24.8 C
Odisha

    ଦର ଉପରେ ସରକାରଙ୍କ ନିୟନ୍ତ୍ରଣ ନାହିଁ: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ଆନ୍ଦୋଳନ କରାଯାଇଛି। ରାଜଧାନୀରେ ହଜାର ହଜାର ବିଜେଡି କର୍ମୀଙ୍କ ମେଳରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ  ମୋହନ ଚରଣ ମାଝୀଙ୍କ ସରକାରକୁ ମହଙ୍ଗା ମାଡ଼ ସରକାର ବୋଲି କହି କଟାକ୍ଷ କରିଛନ୍ତି। ନବୀନ ପଟ୍ଟନାୟକ ଆହୁରି କହିଛନ୍ତି, ବିଜେପି ସରକାର ଗଠନ ହେବାର ସାତ ମାସ ହୋଇଗଲାଣି ହେଲେ ଦରଦାମ ବଢ଼ି ବଢ଼ି ଚାଲିଛି ।  ସରକାରଙ୍କ ତରଫରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ । ଏହି ସରକାର ଲୋକଙ୍କ ସରକାର ବୋଲି ଦାବି କରୁଛି ହେଲେ ଲୋକଙ୍କ ସୁଖ ଦୁଃଖରେ ଏମାନଙ୍କ ସମ୍ପର୍କ ନଥିବା ଭଳି ଲାଗୁଛି । ଅତ୍ୟାବଶକୀୟ ଜିନିଷ ଦାମ ଆକାଶ ଛୁଆଁ ହେଲାଣି। ଦର ଉପରେ ସରକାରଙ୍କ ନିୟନ୍ତ୍ରଣ ନାହିଁ ।
    ଅଦିନିଆ ବର୍ଷା ପାଇଁ ଚାଷୀ ପ୍ରତିଦିନ ଆତ୍ମହତ୍ୟା କରୁଛି । ଦରଦାମ ବୃଦ୍ଧି ସହିତ ଅଦିନିଆ ବର୍ଷା ବୋଝ ଉପରେ ନଳିତା ବିଡ଼ା ସଦୃଶ ମନେ ହେଉଛି । ଦରଦାମ ବୃଦ୍ଧି ପାଇଁ ହାଣ୍ଡିଶାଳରେ ମାଆମାନେ କାନ୍ଦୁଥିବା ବେଳେ ଫସଲ ନଷ୍ଟ ଦୁଃଖରେ ଚାଷୀ କାନ୍ଦୁଛନ୍ତି । ହେଲେ ସରକାର କୁମ୍ଭକର୍ଣ୍ଣ ନିଦରେ ଶୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    78 %
    1.5kmh
    100 %
    Sun
    24 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ