ଯାଜପୁର: ବିଜେଡିରୁ ଗଣେଶ୍ବର ବରାଳ ନିଲମ୍ବିତ । ଯାଜପୁର ଜିଲ୍ଲା ପରିଷଦ ଉପସଭାପତି ଗଣେଶ୍ବର ବରାଳ ନିଲମ୍ବିତ । ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ନିଲମ୍ବନ କରାଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିଲମ୍ବନ କରାଯାଇଛି। ବିଜେଡି ଉପସଭାପତି ପ୍ରତାପ ଜେନା ସୂଚନା ଦେଇଛନ୍ତି।
ସେହିପରି ଗତକାଲି ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ ନିଲମ୍ବିତ ହୋଇଥିଲେ । ଦଳ ବିରୋଧୀ କାର୍ଯ୍ୟ ପାଇଁ ଅରବିନ୍ଦ ମହାପାତ୍ର ଓ ସନାତନ ମହାକୁଡ଼ଙ୍କୁ ବିଜେଡିରୁ ସସପେଣ୍ଡ କରିଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ପ୍ରଥମ ଥର ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ । ସେହିପରି ୨୦୧୪ରେ ସନାତନ ମହାକୁଡ଼ ଚମ୍ପୁଆ ଆସନରୁ ସ୍ବାଧୀନ ଭାବେ ଓ ୨୦୨୪ରେ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ । ତେବେ ଦଳ ବିରୋଧୀ କାର୍ଯ୍ୟ ପାଇଁ ଏହି ଦୁଇ ବିଧାୟକଙ୍କୁ ନିଲମ୍ବନ କରାଯାଇଛି ।

