Monday, September 28, 2026
29.4 C
Odisha

    ଦଳ ଛାଡ଼ିଥିବା ନେତାଙ୍କୁ କଂଗ୍ରେସର ନିବେଦନ; ଏମିତି କହିଲେ ନୂଆ ପିସିସି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସର୍ବକ୍ଷମା ଅନୁରୋଧ ପତ୍ର ଜାରି କରିଛି। ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ଏନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। ପୂର୍ବ ବହିଷ୍କାର ଏବଂ ନିଲମ୍ବନ ଆଦେଶ ପ୍ରତ୍ୟାହୃତ କରିଛନ୍ତି। ଏଥି ସହିତ ସେ ଦଳ ଛାଡ଼ିଥିବା ନେତାଙ୍କୁ ଦଳକୁ ଫେରିବାକୁ ଅନୁରୋଧ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍ କରି ଶ୍ରୀ ଦାସ ଲେଖିଛନ୍ତି ଯେଉଁମାନଙ୍କୁ କୌଣସି ନା କୌଣସି ପରିସ୍ଥିତିରେ ଦଳରୁ ନିଲମ୍ବନ କରାଯାଇଥିଲା, ତାହାକୁ ପ୍ରତ୍ୟାହାର କରିଦିଆଯାଇଛି। ବିଭିନ୍ନ ସମୟରେ କୌଣସି କାରଣରୁ ଯେଉଁମାନେ ଦଳ ଛାଡ଼ି ଚାଲି ଯାଇଛନ୍ତି, ସେମାନେ ପୁନର୍ବାର କଂଗ୍ରେସ ଦଳକୁ ଫେରି ଆସିବାକୁ ଆମେ ନିବେଦନ କରୁଛୁ। ଯଦି ସେମାନେ କଂଗ୍ରେସ ଦଳର ନୀତି ଓ ଆଦର୍ଶ ପ୍ରତି ଆସ୍ଥା ପ୍ରକଟ କରି ଯୋଗଦାନ କରିବାକୁ ଇଚ୍ଛୁକ, ସେମାନଙ୍କୁ କଂଗ୍ରେସ ଦଳ ତରଫରୁ ସମ୍ମାନର ସହ ସ୍ବାଗତ କରାଯିବ। ଓଡ଼ିଶା ରାଜନୀତିର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭାବେ ଗତ ୧୧ ତାରିଖ ଦିନ ନିଯୁକ୍ତ ହୋଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ର ସଭାପତିଙ୍କ ଅନୁମୋଦନ ପରେ ସାଧାରଣ ସଂପାଦକ କେସି ବେଣୁଗୋପାଳ ଗତ ମଙ୍ଗଳବାର ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି।

    ପିସିସି ସଭାପତି ଭାବେ ନିଯୁକ୍ତି ହେଲା ପରେ ଭକ୍ତ ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟାରେ କହିଥିଲେ ଯେ, ଯୁବ ଓ ବରିଷ୍ଠଙ୍କୁ ନେଇ କାମ କରିବି। କଂଗ୍ରେସକୁ ଆନ୍ଦୋଳନ ଜରିଆରେ ଘରେଘରେ ପହଞ୍ଚାଇବୁ। ସମସ୍ତେ ମୋତେ ସହଯୋଗ କରିବେ ବୋଲି ଆଶା କରୁଛି। ଗାନ୍ଧି ପରିବାର ମୋତେ ପୂର୍ବରୁ ଅନେକ ଦାୟିତ୍ବ ଦେଇଛନ୍ତି। ସବୁ ଦାୟିତ୍ବ ସାମର୍ଥ୍ୟ ମତେ ପୂରଣ କରି ଆସ୍ଥାଭାଜନ ହୋଇଛି। ଲୋକଙ୍କ ପାଖକୁ ଯାଇ ଶହେ ଟଙ୍କା ଲେଖାଏଁ ମାଗି ସମ୍ବଳ ବଢ଼ାଇବି। ଲୋକଙ୍କ ଆସ୍ଥାଭାଜନ ହେବା ମୋର ଲକ୍ଷ୍ୟ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.4 ° C
    29.4 °
    29.4 °
    68 %
    2.9kmh
    13 %
    Mon
    28 °
    Tue
    30 °
    Wed
    30 °
    Thu
    30 °
    Fri
    30 °

    ସମ୍ବନ୍ଧିତ