Sunday, April 5, 2026
25.5 C
Odisha

    ଦିଲ୍ଲୀରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ଭିତ୍ତିଭୂମି ମିଶନ ଲାଗୁ ହେବା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ଭିତ୍ତିଭୂମି ମିଶନ (ପିଏମ୍-ଏଭିଆଇଏମ୍) କାର୍ଯ୍ୟକାରୀ ହେବା ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। ଦିଲ୍ଲୀ ହାଇକୋର୍ଟ ତାଙ୍କ ଏକ ନିର୍ଦ୍ଦେଶରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଦିଲ୍ଲୀ ସରକାରଙ୍କ ମଧ୍ୟରେ ବୁଝାମଣା କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ବୁଝାମଣା ଅନୁଯାୟୀ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନ (ପିଏମ୍-ଏଭିଆଇଏମ୍) କୁ ଜାତୀୟ ରାଜଧାନୀରେ କାର୍ଯ୍ୟକାରୀ କରାଯିବାର ଥିଲା । ତେବେ ଏବେ ସୁପ୍ରିମକୋର୍ଟ ଦିଲ୍ଲୀ ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଛନ୍ତି ।ଜଷ୍ଟିସ ବିଆର୍ ଗଭାଇ ଏବଂ ଜଷ୍ଟିସ ଏଜି ମସିହଙ୍କୁ ନେଇ ଗଠିତ ଖଣ୍ଡପୀଠ ହାଇକୋର୍ଟଙ୍କ ଆଦେଶ ଉପରେ ରହିତାଦେଶ ଜାରି କରିଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ରାୟକୁ ଦିଲ୍ଲୀ ସରକାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଏବେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ୍ ଜାରି କରି ଜବାବ ମାଗିଛନ୍ତି। ଦିଲ୍ଲୀ ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି ସୁପ୍ରିମକୋର୍ଟରେ ହାଜର ହୋଇଥିଲେ। ରାଜ୍ୟ ତାଲିକାର ଏଣ୍ଟ୍ରି ୧, ୨ ଓ ୧୮ ଅଧୀନରେ କେନ୍ଦ୍ରର କ୍ଷମତା ସୀମିତ ବୋଲି ସିଂଘଭି ଯୁକ୍ତି ବାଢ଼ିଥିଲେ ହେଁ ହାଇକୋର୍ଟ ତାଙ୍କ ଆଦେଶରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ କ୍ଷମତାକୁ ପୁନଃନିର୍ଦ୍ଧାରଣ କରିଛନ୍ତି।.

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.5 ° C
    25.5 °
    25.5 °
    65 %
    3.2kmh
    72 %
    Sun
    25 °
    Mon
    38 °
    Tue
    37 °
    Wed
    38 °
    Thu
    36 °

    ସମ୍ବନ୍ଧିତ