Saturday, October 17, 2026
23.8 C
Odisha

    ଦିଲ୍ଲୀରେ ଗଡ଼ିବ ଓଡ଼ିଶା ପ୍ରଜ୍ଞାପନ ମେଢ଼

    ଆଗକୁ ପଢନ୍ତୁ

    ଶ୍ରୀଜଗନ୍ନାଥ ରଥର ଭୂମି ଭାବେ ନିର୍ମିତ ପ୍ରଜ୍ଞାପନ ମେଢ଼ର ସମ୍ମୁଖ ଭାଗ ଉପରେ ଲିଙ୍ଗଗତ ସମାନତା ଏବଂ ମହିଳା ସଶକ୍ତୀକରଣ ପ୍ରତି ଓଡ଼ିଶାର ପ୍ରତିଶ୍ରୁତିବଦ୍ଧତାକୁ ପ୍ରଦର୍ଶନ କରାଯାଇଥିବା ବେଳେ ମଧ୍ୟଭାଗରେ ସ୍ଥାୟୀ ଜୀବିକା ଓ ରାଜ୍ୟର କୃଷି ଉତ୍କୃଷ୍ଟତାର ପ୍ରତିନିଧି ସ୍ବରୂପ କୋରାପୁଟ କଫି ଏବଂ ଏହାର ଅପରପାର୍ଶ୍ବରେ ଉନ୍ନତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଟିଳ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଉତ୍ପାଦନ ଦିଗରେ ଓଡ଼ିଶାର ପ୍ରଗତି ସିଲିକନ୍ ସେମିକଣ୍ଡକ୍ଟର ଚିପ୍ ମାଧ୍ୟମରେ ପ୍ରତିଫଳିତ ହେବ। ପଶ୍ଚାତ୍ ଭାଗରେ ଓଡ଼ିଶାର ଅନନ୍ୟ ସ୍ଥାପତ୍ୟ ଏବଂ କାଳଜୟୀ କଳାତ୍ମକ ଐତିହ୍ୟର ପ୍ରଦର୍ଶନ ସ୍ବରୂପ କୋଣାର୍କ ସୂର୍ଯ୍ୟ ମନ୍ଦିରର ଏକ ପ୍ରତିରୂପ ସ୍ଥାନିତ ହେବ। ସମ୍ବଲପୁରୀ ବସ୍ତ୍ର ଆଚ୍ଛାଦିତ ପ୍ରଜ୍ଞାପନ ମେଢ଼ର ଉଭୟ ପାର୍ଶ୍ବରେ ପାରମ୍ପରିକ ଜନଜାତି ଚିତ୍ରକଳା ଉପରେ ରୂପା ତାରକସି କାରୁକାର୍ଯ୍ୟ, ଓଡ଼ିଶାର ଗଭୀର ସାଂସ୍କୃତିକ ପରିଚୟ ଏବଂ ଉତ୍କୃଷ୍ଟ ହସ୍ତଶିଳ୍ପ ପରମ୍ପରାକୁ ପ୍ରତିଫଳିତ କରାଯିବ। ପ୍ରାଚୀନ ଷୋଡ଼ଶ ଶତାବ୍ଦୀରୁ ଆଜି ପର୍ଯ୍ୟନ୍ତ ଲୋକପ୍ରିୟ ଥିବା ଓଡ଼ିଶାର ଅନ୍ୟତମ ଲୋକନୃତ୍ୟ ଚଇତି ଘୋଡ଼ା ଗୀତ ଓ ନୃତ୍ୟ ମାଧ୍ୟମରେ ନୃତ୍ୟଶିଳ୍ପୀମାନେ ଆତ୍ମନିର୍ଭର ଭାରତରେ ଓଡ଼ିଶାର ଭୂମିକାକୁ ପ୍ରଜ୍ଞାପନ ମେଢ଼ର ଉଭୟ ପାର୍ଶ୍ବରେ ଉପସ୍ଥାପନ କରିବେ।

    ଗତ ନଭେମ୍ବର ୧୧ରୁ ଚଳିତ ଡିସେମ୍ବର ୨୨ ମଧ୍ୟରେ ପାଞ୍ଚଟି ପର୍ଯ୍ୟାୟରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ଦ୍ବାରା ମନୋନୀତ ହୋଇଛି। ବିଶେଷଜ୍ଞ କମିଟିର ପର୍ଯ୍ୟାଲୋଚନା ପରେ ଆଗାମୀ ସାଧାରଣତନ୍ତ୍ର ଦିବସରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ପ୍ରଦର୍ଶନ କରିବ ବୋଲି ସୋମବାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।
    ଏନେଇ ଇମାଜରି ସଂସ୍ଥାର କୀର୍ତ୍ତିକିଶୋର ମହାରଣା କହିଛନ୍ତି, ନିଶ୍ଚିତଭାବେ ଏହା ଆମ ପାଇଁ ଗର୍ବ ଆଉ ଗୌରବର ବିଷୟ।

    ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ କାର୍ଯ୍ୟ କରାଯାଇଛି। ପ୍ରାୟ ୩୦ରୁ ୪୦ ଶିଳ୍ପୀ ରହିଛନ୍ତି। ନିର୍ଦେଶ ଆସିଲା ପରେ କାର୍ଯ୍ୟ ଆରମ୍ଭ ହେବ। ସେହିପରି ଶିଳ୍ପୀ ଗଜେନ୍ଦ୍ର ସାହୁ କହିଛନ୍ତି, ଖୁବ୍‌ ଭଲ ପାଇଁ ଚେଷ୍ଟା ଜାରି ରହିବ। ୨୦୨୦ ଓ ୨୦୨୪ରେ ପ୍ରଥମ ହେବା ଭଳି କାର୍ଯ୍ୟ କରାଯିବ। ସବୁ ଶିଳ୍ପୀ ଶତପ୍ରତିଶତ ସଫଳତାକୁ ଦୃଷ୍ଟିରେ ରଖି କାର୍ଯ୍ୟ କଲେ ଚଳିତ ବର୍ଷ ମଧ୍ୟ ପ୍ରଥମ ହୋଇପାରିବୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23.8 ° C
    23.8 °
    23.8 °
    89 %
    0.3kmh
    70 %
    Sat
    30 °
    Sun
    31 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ