Friday, April 3, 2026
39 C
Odisha

    ଦିଲ୍ଲୀର ‘ଭାରତ ମଣ୍ଡପମ୍‌’ ଭଳି ଭୁବନେଶ୍ଵରରେ ହେବ ‘ଓଡ଼ିଶା ମଣ୍ଡପ’, ସରିଛି ଜାଗା ଚିହ୍ନଟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଭୁବନେଶ୍ଵରସ୍ଥିତ ଚନ୍ଦ୍ରଶେଖରପୁରରେ ନିର୍ମାଣ ହେବ ଓଡ଼ିଶା ମଣ୍ଡପ। ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଭଳି ଓଡ଼ିଶାରେ ମଧ୍ୟ ବିଶ୍ୱସ୍ତରୀୟ ସମ୍ମିଳନୀ କକ୍ଷ ‘ଓଡ଼ିଶା ମଣ୍ଡପ’ ନିର୍ମାଣ ପାଇଁ ସରକାର ପରିକଳ୍ପନା କରିଛନ୍ତି। ରବିବାର ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ ସରିଛି। ଏଥିରେ ୧୦ ହଜାର ଲୋକ ବସିବାର କ୍ଷମତା ରହିବ। ଏତଦ୍‌ ବ୍ୟତୀତ ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଅନେକଗୁଡ଼ିଏ କାମ ଏବେ କନସେପ୍ଟ ଷ୍ଟେଜରେ ଅଛି। ଆଗକୁ ଏହାର କାର୍ଯ୍ୟ ଆରମ୍ଭ କରାଯିବ। ରାଜ୍ୟରେ ନୂଆକରି ନିର୍ମାଣ ହେବ ସେକ୍ରେଟାରିଏଟ୍(ଲୋକସେବା ଭବନ) ଏବଂ ବିଧାନସଭା। ଓଡ଼ିଶା ଏକ ବାତ୍ୟା ପ୍ରଭାବିତ ଅଞ୍ଚଳ ହୋଇଥିବାରୁ ଅନେକ ସ୍ଥାନରେ ବାତ୍ୟା ପ୍ରତିରୋଧ ବିଲ୍ଡିଂ ନିର୍ମାଣ ହେବାର ଆବଶ୍ୟକତା ରହିଛି। ତେଣୁ ନୂଆ ପ୍ରୋଜେକ୍ଟକୁ ସଠିକ୍ ସମୟରେ ସାରିବାକୁ ସରକାର ଫୋକସରେ ରଖିଛନ୍ତି ବୋଲି ମନ୍ତ୍ରୀ ହରିଚନ୍ଦନ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    18 %
    4.1kmh
    1 %
    Fri
    40 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ