ଏହି ମାମଲାରେ ଅଭିଯୁକ୍ତମାନଙ୍କ ବିରୋଧରେ ଗୁରୁତର ଅଭିଯୋଗ ରହିଛି। ଦିଲ୍ଲୀ ପୁଲିସର ସ୍ପେଶାଲ ସେଲ୍‌ ଅଭିଯୋଗ କରିଥିଲା ଯେ ଉମର ଖାଲିଦ, ଶର୍ଜିଲ ଇମାମ ଓ ଅନ୍ୟ ୭ ଅଭିଯୁକ୍ତ ଏହି ଦଙ୍ଗାକୁ ଉସକାଇବା ସହ ବିଶାଳ ଷଡ୍‌ଯନ୍ତ୍ର ରଚନା କରିଥିଲେ। ଦୁହେଁ ନାଗରିକତା ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜୀକରଣ (ଏନଆରସି) ବିରୋଧରେ ପ୍ରତିବାଦ ସମୟରେ ହିଂସା ସୃଷ୍ଟି କରିବାକୁ ଷଡ଼ଯନ୍ତ୍ର କରିଥିଲେ। ୨୦୨୦ ଫେବ୍ରୁଆରି ୨୩ରୁ ୨୫ ତାରିଖ ମଧ୍ୟରେ ଏହି ଦଙ୍ଗା ହୋଇଥିଲା।