Friday, October 2, 2026
22.2 C
Odisha

    ଦିଲ୍ଲୀ ନିର୍ବାଚନରେ ଭୋଟ୍ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଦିଲ୍ଲୀରେ ସକାଳ ୭ଟାରୁ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସମସ୍ତ ୭୦ ଆସନରେ ଭୋଟିଂ ଜାରି ରହିଛି। ତେବେ ଦିଲ୍ଲୀ ନିର୍ବାଚନ ପର୍ବରେ ସାମିଲ ହୋଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସକାଳ ପାଖାପାଖି ୮ଟା ୩୦ ମିନିଟରେ ରାଷ୍ଟ୍ରପତି ଭବନରୁ ବାହାରି ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟ ଭୋଟିଂ କେନ୍ଦ୍ରରେ ପହଞ୍ଚି ସେ ତାଙ୍କର ବହୁ ମୂଲ୍ୟ ମତଦାନ ସାବ୍ୟସ୍ତ କରିଥିଲେ। ପ୍ରାୟ ୧ କୋଟି ୫୬ ଲକ୍ଷ ଭୋଟର ୬୯୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି। ସକାଳ ୯ଟା ସୁଦ୍ଧା ୮.୧୦ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସେପଟେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୩୦,୦୦୦ ପୁଲିସ ଓ ୨୨୦ କମ୍ପାନୀ ଅର୍ଦ୍ଧସାମରିକ ବାହିନୀ ମୁତୟନ ହୋଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ