Friday, April 3, 2026
39.1 C
Odisha

    ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ ବିବାଦ; ୭ ଦିନ ଭିତରେ ଜବାବ ନ ଦେଲେ କଣ ହେବ ରାମକୃଷ୍ଣଙ୍କ ଭାଗ୍ୟ ?

    ଆଗକୁ ପଢନ୍ତୁ

    ପୁରୀ : ପଶ୍ଚିମବଙ୍ଗ ଦୀଘାରେ ନବ ନିର୍ମିତ ଜଗନ୍ନାଥ ମନ୍ଦିରରେ ପୂଜା ପାଉଥିବା ମହାପ୍ରଭୁଙ୍କ ଶ୍ରୀବିଗ୍ରହ ଦାରୁ କାଠରେ ନିର୍ମାଣକୁ ନେଇ ବିବାଦ ପ୍ରସଙ୍ଗକୁ ନେଇ ଶ୍ରୀମନ୍ଦିର ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର ପାଇଁ ବଢ଼ିଲା ଅଡୁଆ । ରାମକୃଷ୍ଣ ଦାସମହାପାତ୍ରଙ୍କୁ ୭ ଦିନ ମଧ୍ୟରେ କୈଫିୟତ ତଲବ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଯଦି ଏହି ୭ ଦିନ ଭିତରେ ସନ୍ତୋଷଜନକ ଉତ୍ତର ନ ମିଳେ ତେବେ କଣ ହେବ ରାମକୃଷ୍ଣ ଦାସ ମହାପାତ୍ରଙ୍କ ଭାଗ୍ୟ। ତାଙ୍କ ଉପରେ କେଉଁ ପ୍ରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ତାହା ଉପରେ ସମସ୍ତଙ୍କ ନଜର ରହିଛି ।

    ସେପଟେ ଗତକାଲି ନିଜର ଦ୍ବନ୍ଦ୍ବାତ୍ମକ ମନ୍ତବ୍ୟ ଦ୍ବାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବିଭ୍ରାନ୍ତି ସୃଷ୍ଟି ଏବଂ ଶ୍ରୀମନ୍ଦିର ଗରିମାକୁ କ୍ଷୁଣ୍ଣ କରିବା ଅଭିଯୋଗରେ ରାମକୃଷ୍ଣଙ୍କୁ କୈଫିୟତ୍ ତଲବ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ନୋଟିସ ପାଇବାର ୭ ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ ସମୟ ଦିଆଯାଇଛି । ଏହି ସମୟ ଭିତରେ ସନ୍ତୋଷ ଜନକ କୈଫିୟତ୍ ହସ୍ତଗତ ନହେଲେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ କୁହାଯାଇଛି। ପଶ୍ଚିମବଙ୍ଗ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇଥିଲେ ରାମକୃଷ୍ଣ ଦାସମହାପାତ୍ର । ଶ୍ରୀମନ୍ଦିର ଚତୁର୍ଦ୍ଧାମୂର୍ତ୍ତିଙ୍କର ନବକଳେବର ବଳକା ଦାରୁରେ ନିର୍ମିତ ମୂର୍ତ୍ତି ଦୀଘା ମନ୍ଦିରକୁ ପ୍ରଦାନ କରିଥିବା ସେ ବଙ୍ଗୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇଥିବା ଅଭିଯୋଗ ହୋଇଥିଲା । ପରେ ଓଡ଼ିଶା ଗଣମାଧ୍ୟମରେ ସେ ଏହାକୁ ଖଣ୍ଡନ କରିଥିବା ସହ ଅନ୍ୟ ନିମ୍ବ କାଠରେ ବିଗ୍ରହ ନିର୍ମାଣ କରି ନେଇ ନିଜେ ତାକୁ ପ୍ରତିଷ୍ଠା କରିଥିବା କହିଥିଲେ ।ନବକଳେବରରେ ସଂଗୃହୀତ ଦାରୁ ମଧ୍ୟରୁ ବଳକା ଦାରୁ ଶ୍ରୀମନ୍ଦିର “ଦାରୁଘର”ରେ ସଂରକ୍ଷିତ ରହିବାର ବିଧି ରହିଛି । ଆବଶ୍ୟକ ସମୟରେ କେବଳ ଶ୍ରୀଜିଉମାନଙ୍କ ବ୍ଯବହାରରେ ବିନିଯୋଗର ବିଧି ତଥା ପରମ୍ପରା ରହିଛି । ଜଣେ ଅଭିଜ୍ଞ ତଥା ବରିଷ୍ଠ ଦଇତାପତି ଭାବେ ରାମକୃଷ୍ଣ ଦାସ ମହାପାତ୍ର ଏଭଳି ବୟାନ ଦେବା ଦ୍ବାରା ଶ୍ରୀଜଗନ୍ନାଥ ପ୍ରେମୀ ଓ ଶ୍ରଦ୍ଧାଳୁଙ୍କ ମାନସରେ ବିଭ୍ରାନ୍ତି ସୃଷ୍ଟି ହୋଇଥିବା ନୋଟିସରେ କୁହାଯାଇଛି । ଏହା ଦ୍ବାରା ଶ୍ରୀମନ୍ଦିରର ଗରିମା ଓ ଐତିହ୍ୟ କ୍ଷୁର୍ଣ୍ଣ ହୋଇଥିବା ନୋଟିସରେ ଦର୍ଶାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ