Saturday, October 18, 2025
24.2 C
Odisha

    ଦୀପାବଳି ପାଇଁ କମିଶନରେଟ ପୋଲିସର ଗାଇଡ଼ଲାଇନ, ରାତି ୯ଟା ପରେ ବାଣ ଫୁଟାଇଲେ କଡ଼ା ଆକ୍ସନa

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଦୀପାବଳି ଆସିଲେ ସପ୍ତାହେ ଆଗରୁ ଆରମ୍ଭ ହୋଇଯାଏ ବାଣ ଫୁଟା । ଢୋ ଢା ଶବ୍ଦରେ ଫାଟିପଡେ ଚତୁର୍ଦ୍ଦିଗ । ହେଲେ ଏ ବର୍ଷ ଆଉ ରାତିସାରା ଫୁଟିବନି ବାଣ । ଦୀପାବଳି ପାଇଁ କମିଶନରେଟ ପୋଲିସ ଗାଇଡ଼ଲାଇନ ଜାରି କରିଛି ।  ରାତି ୯ଟା ପରେ ବାଣ ଫୁଟାଇଲେ ପୋଲିସ ନବ ଆକ୍ସନ ।  ଗ୍ରୀନ କ୍ରାକର ଫୁଟେଇବାକୁ ଲୋକଙ୍କୁ ଅନୁରୋଧ କରାଯାଇଛି ।  ଲୋକାଲ ବାଣ ଫୁଟାଇଲେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ଦେଇଛନ୍ତି dcp ।  ସବୁ ବାଣ ଦୋକାନ ଗୁଡିକରେ ପୋଲିସ ଯାଞ୍ଚ କରୁଛି । ଦୀପାବଳି ଦିନ ପୋଲିସ ସହର ସାରା ପେଟ୍ରୋଲିଂ କରିବାକୁ ସବୁ ଥାନା ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଡିସିପି.ଜଗମୋହନ ମିନା ।

    ସେହିପରି ଚଳିତବର୍ଷ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ କିଛି ଦିନ ପୂର୍ବରୁ ଗାଇଡଲାଇନ୍ ଆସିଥିଲା । ତେବେ ବାଣ ଫୁଟାଇବାର ସମୟ ସନ୍ଧ୍ୟା ୭ ଟାରୁ ୯ ଟା ପର୍ଯ୍ୟନ୍ତ ସୀମିତ ରଖିବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରିଥିଲା । ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ବର୍ଜନ କରାଯାଇଛି । ଲୋକେ ଯେଉଁ ବାଣ ଫୁଟାଇବେ ତା’ର ଶବ୍ଦ ୧୨୫ ଡେସିବଲରୁ ଅଧିକ ହୋଇପାରିବ ନାହିଁ । ଶାନ୍ତି କ୍ଷେତ୍ର ଯେମିତିକି ବଗିଚା,ପାର୍କ , ହସ୍ପିଟାଲ୍ , ଶିକ୍ଷାନୁଷ୍ଠାନ , କୋର୍ଟ, ମନ୍ଦିର ପାଖରେ ବାଣ ଫୁଟାଇବାକୁ ବର୍ଜିତ କରାଯାଇଛି । ଖୋଲା ଜାଗାରେ ଯଦି କେହି ବାଣ ଫୁଟାଇବାକୁ ଚାହିବେ ତାହା ସବୁଜ ବାଣ ହିଁ ହୋଇଥିବ । ଝୁମ୍ପୁଡ଼ି ଘର , ଦୋକାନ, ଅଗ୍ନି-ପ୍ରବଣ ସ୍ଥାନ, ରାସ୍ତା ଏବଂ ଅଧିକ ଯାତାୟାତ ସ୍ଥାନରେ ବାଣ ଫୁଟାଇବାକୁ ବର୍ଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୦ ବର୍ଷରୁ କମ୍ ବୟସର ଶିଶୁମାନେ ଶବ୍ଦ-ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ଅନୁମତି ଦେଇନି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ବାଣ ଫୁଟାଇବା ସମୟରେ ସୁରକ୍ଷା ପ୍ରତି ଧ୍ୟାନ ଦେଇ କଟନ୍ କପଡ଼ା ପିନ୍ଧିବା ପାଇଁ ପରାମର୍ଶ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.2 ° C
    24.2 °
    24.2 °
    78 %
    0.1kmh
    53 %
    Sat
    24 °
    Sun
    28 °
    Mon
    28 °
    Tue
    29 °
    Wed
    30 °

    ସମ୍ବନ୍ଧିତ