Friday, April 3, 2026
39 C
Odisha

    ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଆସନ୍ତା ୨୨ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହ। ସେ ପ୍ରଥମେ ସମ୍ବଲପୁର ଆସିବେ ଏବଂ ତାପରେ ଭୁବନେଶ୍ବରରେ ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାଛଡ଼ା ତାଙ୍କର ପୁରୀ  ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ଏନେଇ ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଆସିବ ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି। ଏଥିଲାଗି ଆଜି ବୁର୍ଲାରେ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଓ କୁଚିଣ୍ଡା ବିଧାୟକ ତଥା ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକଙ୍କ ସମେତ ସମ୍ବଲପୁର ଜିଲ୍ଲାର ବିଧାୟକ ପ୍ରାର୍ଥୀମାନେ ବି ଯୋଗ ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    18 %
    4.1kmh
    1 %
    Fri
    40 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ