Saturday, March 28, 2026
38.2 C
Odisha

    ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସନ୍ତା ୧୪ ଓ ୧୫ରେ ଦୁଇ ଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜୁଲାଇ ୧୪ ଅପରାହ୍ମରେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବାୟୁସେନା ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ଦ୍ରୌପଦୀ ମୁର୍ମୁ । ୨ ଦିନ ଧରି ଭୁବନେଶ୍ବର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଜୁଲାଇ ୧୪ ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି ଏମ୍ସ ଭୁବନେଶ୍ୱରର ପଞ୍ଚମ ସମାବର୍ତ୍ତନ ସମାରୋହରେ ଯୋଗଦେବେ ଏବଂ ଜୁଲାଇ ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପରେ ପରେ ସେ କଟକ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

    ସେହିପରି ଜୁଲାଇ ୧୫ ତାରିଖ ଅପରାହ୍ଣରେ ରାଷ୍ଟ୍ରପତି ମୁର୍ମୁ କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନ ଯାଇ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’’ ପ୍ରଦାନ କରିବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ଏବଂ ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସଂଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.2 ° C
    38.2 °
    38.2 °
    15 %
    4.1kmh
    10 %
    Sat
    37 °
    Sun
    40 °
    Mon
    41 °
    Tue
    39 °
    Wed
    40 °

    ସମ୍ବନ୍ଧିତ