Wednesday, October 14, 2026
24.1 C
Odisha

    ଦୁଇ ଦିନିଆ କୁଏତ ଗସ୍ତରେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୨ ଦିନିଆ କୁଏଦ ଗସ୍ତରେ ଯାଇଛନ୍ତି। ବିଗତ ୪୩ ବର୍ଷ ମଧ୍ୟରେ ଗଲ୍‌ଫ ଦେଶକୁ ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ଏହା ପ୍ରଥମ ଗସ୍ତ। ୧୯୮୧ରେ ଶେଷ ଥର ଲାଗି ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ କୁଏତ ଯାଇଥିଲେ। ଦୀର୍ଘ ବର୍ଷ ପରେ ପୁନର୍ବାର ଭାରତୀୟ ପ୍ରଧାନମନ୍ତ୍ରୀ କୁଏତ ଯାଉଥିବାରୁ ଏହି ସମୟରେ ଦୁଇ ଦେଶ ମଧ୍ୟରେ ଦ୍ଵିପାକ୍ଷିକ ସମ୍ପର୍କକୁ ମଜଭୁତ କରିବା ଦିଗରେ ନୂଆ ଅଧ୍ୟାୟ ସୃଷ୍ଟି ହେବ ବୋଲି କୁହାଯାଉଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ଵାଗତ କରିବା ଲାଗି କୁଏତ ସରକାରଙ୍କ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି। ରାସ୍ତାଘାଟରେ ବିରାଟ ବିରାଟ ହୋର୍ଡିଂ ଲଗାଯାଇଛି ‘ହାଲା ମୋଦୀ’ ବୋଲି ଲେଖାଯାଇଛି।ଗସ୍ତ ସମୟରେ ମୋଦୀ କୁଏତର ବରିଷ୍ଠ ନେତୃବୃନ୍ଦମାନଙ୍କ ସହିତ ଆଲୋଚନା କରିବେ। ପ୍ରତିରକ୍ଷା, ବାଣିଜ୍ୟ କ୍ଷେତ୍ରରେ ଉଭୟ ଦେଶ ମଧ୍ୟରେ ସମ୍ପର୍କକୁ ଦୃଢ଼ କରିବା ଦିଗରେ ଦୁଇ ଦେଶର ନେତା ଆଲୋଚନା କରିପାରନ୍ତି। ଏହା ସହିତ ସେ ଭାରତୀୟ ଶ୍ରମିକଙ୍କ ଶିବିରକୁ ବି ଗସ୍ତ କରିବେ। ତା’ ସହିତ ଗଲ୍ଫ କପ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ଉତ୍ସବରେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.1 ° C
    24.1 °
    24.1 °
    79 %
    1.7kmh
    74 %
    Tue
    23 °
    Wed
    29 °
    Thu
    29 °
    Fri
    31 °
    Sat
    31 °

    ସମ୍ବନ୍ଧିତ