Wednesday, April 8, 2026
34.5 C
Odisha

    ଦୁଇ ଦିନ ଶୀତ ଲହରୀ: ଆଜି ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ଆଜି ସକାଳ ୫ଟା ୩୦ରେ ୮.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର ପାଲିଟିଛି। କେନ୍ଦୁଝରରେ ୧୦.୨, ଭୁବନେଶ୍ବରରେ ୧୩.୨, ବାଲେଶ୍ବରରେ ୧୩.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେପଟେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ କିଛି ଜିଲାରେ ଶୀତ ଲାଗି ରହିବ। ଏହା ସହିତ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ।

    ୧୮ ବେଳକୁ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇପାରେ। ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତସିଂହପୁର, ଅନୁଗୋଳ, ଝାରସୁଗୁଡ଼ା ଏବଂ ଖୋର୍ଦ୍ଧା ଜିଲାକୁ ଶୀତ ଲହରୀ ପାଇଁ ସତର୍କ ସୂଚନା ଜାରି ହୋଇଛି। ମଙ୍ଗଳବାର ରାଉରକେଲା ଏବଂ ଭବାନୀପାଟଣାରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଥିବା ବେଳେ ବୁଧବାର ସକାଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.5 ° C
    34.5 °
    34.5 °
    23 %
    0.5kmh
    0 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ