Saturday, August 22, 2026
24.3 C
Odisha

    ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ୨ ମୃତ ଓ ଜଣେ ଆହତ

    ଆଗକୁ ପଢନ୍ତୁ

    କୋରାପୁଟ : କୋରାପୁଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । କୋରାପୁଟ ସଦର ଥାନା ଡଲିଆମ୍ବ ବ୍ରିଜ ନିକଟରେ ଗତ ରାତିରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଦେଖିବାକୁ ମିଳିଛି । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକଙ୍କ ସହଯୋଗରେ ଗୁରୁତରଙ୍କ ଚିକିତ୍ସା ପାଇଁ ତାଙ୍କୁ ତୁରନ୍ତ କୋରାପୁଟ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ମୃତ ଦୁଇ ଯୁବକଙ୍କ ଘର ଦଶମନ୍ତପୁର ବ୍ଲକ୍ ପାଲି ମାଛରା ଗାଁର ବାସିନ୍ଦା ବୋଲି କୌଣସି ଏକ ସୂତ୍ରରୁ ଜଣାପଡିଛି । ଗୁରୁତରଙ୍କ ଘର କୋରାପୁଟ ସଦର ମହାଦେଇପୁଟ ଗାଁର ବାସିନ୍ଦା । ଘଟଣା ସ୍ଥଳରେ କୋରାପୁଟ ସଦର ଥାନା ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି  I ଏହି ଦୁର୍ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.3 ° C
    24.3 °
    24.3 °
    96 %
    1.3kmh
    100 %
    Sat
    26 °
    Sun
    29 °
    Mon
    29 °
    Tue
    28 °
    Wed
    30 °

    ସମ୍ବନ୍ଧିତ