Saturday, April 4, 2026
29 C
Odisha

    ଦୁର୍ଘଟଣାଗ୍ରସ୍ତଙ୍କୁ ତୁରନ୍ତ ମିଳିବ ଉନ୍ନତ ଚିକିତ୍ସା: ଏସ୍‌ସିବିରେ ହେବ ବୃହତ୍‌ ଟ୍ରମା ସେଣ୍ଟର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଆଉ ଏକ ବଡ଼ ପଦକ୍ଷେପ ହାତକୁ ନେଇଛନ୍ତି। କଟକର ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍ ପ୍ରତିଷ୍ଠା କରିବାକ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ବାରା ବିଭିନ୍ନ ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ତୁରନ୍ତ ଉନ୍ନତ ଚିକିତ୍ସା ମିଳିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି।ଏସ୍‌ସିବିରେ ଏହି ଟ୍ରମା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ୨୦୨୪ ଜୁଲାଇ ୨ ତାରିଖରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡାଙ୍କ ନିକଟକୁ ପତ୍ର ଲେଖି ଅନୁରୋଧ କରିଥିଲେ। କେନ୍ଦ୍ର ସରକାର ଏହାକୁ ନୀତିଗତ ଅନୁମୋଦନ ଦେବା ପରେ ଏବେ ଏହା ରାଜ୍ୟ ସରକାରଙ୍କ ଅନୁମୋଦନ ମଧ୍ୟ ହାସଲ କରିଛି। ଏହାପରେ ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯିବ ଏବଂ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ।ଏହି ଟ୍ରମା ସେଣ୍ଟରଟି କେନ୍ଦ୍ର ସରକାରଙ୍କ ‘ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନା’ରେ କାର୍ଯ୍ୟକାରୀ କରାଯିବ। ଏଥିପାଇଁ କେନ୍ଦ୍ର ସରକାର ୬୦ ପ୍ରତିଶତ ଅର୍ଥ ବିନିଯୋଗ କରିବା ବେଳେ ରାଜ୍ୟ ସରକାର ୪୦ ପ୍ରତିଶତ ଅର୍ଥ ବିନିଯୋଗ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29 ° C
    29 °
    29 °
    35 %
    0.8kmh
    84 %
    Sat
    38 °
    Sun
    36 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ