Friday, August 28, 2026
28.2 C
Odisha

    ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ, ଶୂନ୍ୟ ପହଣ୍ଡିରେ ଆସିଲେ ମା’ ହଦଳୀମୁହିଁ

    ଆଗକୁ ପଢନ୍ତୁ

    ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ । ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା । ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା । ଶୂନ୍ୟ ପହଣ୍ଡିରେ ଆସି ରଥରେ ବିଜେ କରିଛନ୍ତି ମା’ ସୁଭଦ୍ରା । ଘଣ୍ଟଘଣ୍ଟା, ହରିବୋଲରେ ପ୍ରକମ୍ପିତ ବଡଦାଣ୍ଡ । ହୁଳହୁଳି, ହରିବୋଲରେ କମ୍ପୁଛି ଶ୍ରୀକ୍ଷେତ୍ର । ଦେବଦଳନ ରଥରେ ବିଜେ କରିଛନ୍ତି ମାଆ ସୁଭଦ୍ରା । ସିଂହଦ୍ୱାର ଚକଡ଼ାରେ ବିଜେ ଅଛନ୍ତି ୩ ରଥ । ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ୱଜ ରଥ ପ୍ରସ୍ତୁତ । ତିନି ରଥରେ ବିରାଜମାନ କରିବେ ଶ୍ରୀବିଗ୍ରହ । ଏହି ଦିବ୍ୟ ମୁହୂର୍ତ୍ତର ସାକ୍ଷୀ ହେବା ପାଇଁ ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତି, ଆନନ୍ଦ ଓ ଆଧ୍ୟାତ୍ମିକତାର ଅପୂର୍ବ ସମନ୍ୱୟ ମଧ୍ୟରେ ଏବେ ସମସ୍ତଙ୍କ ନଜର ରହିଛି ପରବର୍ତ୍ତୀ ପହଣ୍ଡି ନୀତି ଏବଂ ମହାପ୍ରଭୁଙ୍କ ରଥାରୋହଣ ଉପରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.2 ° C
    28.2 °
    28.2 °
    76 %
    3.9kmh
    53 %
    Fri
    30 °
    Sat
    30 °
    Sun
    27 °
    Mon
    27 °
    Tue
    23 °

    ସମ୍ବନ୍ଧିତ