Sunday, October 4, 2026
29.6 C
Odisha

    ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ : ଧାଡି ପହଣ୍ଡିରେ ଆସିଲେ ମା

    ଆଗକୁ ପଢନ୍ତୁ

    ପୁରୀ : ଆଜି ପବିତ୍ର ବାହୁଡ଼ା ଯାତ୍ରା । ଶ୍ରୀଜିଉମାନେ ଶ୍ରୀମନ୍ଦିର ଅଭିମୁଖେ ଫେରିଆସିବେ । ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ରଥରେ ବିରାଜମାନ କରିଥିବାବେଳେ ପରେ ବଡ଼ଠାକୁର ବଳଭଦ୍ର ଆସି ରଥାରୂଢ଼ ହୋଇଛନ୍ତି। ଏହା ପରେ ଭଉଣୀ ସୁଭଦ୍ରାଙ୍କର ପହଣ୍ଡି ଆରମ୍ଭ ହୋଇଛି । ଧାଡି ପହଣ୍ଡିରେ ଆସୁଛନ୍ତି ଦେବୀ ସୁଭଦ୍ରା । ଦେବୀ ସୁଭଦ୍ରାଙ୍କ ପରେ ଟାହିଆ ହଲାଇ ହଲାଇ ଆସୁଛନ୍ତି ବ୍ରହ୍ମାଣ୍ଡ ଗୋସାଇଁ କାଳିଆ ସାଆନ୍ତ ।

    ବାହୁଡ଼ା ଯାତ୍ରାରେ ଶୃଙ୍ଖଳା ପାଇଁ ୨୦୫ ପ୍ଲାଟୁନ୍‌ ପୋଲିସ୍‌ ଫୋର୍ସ ନିୟୋଜିତ ହେବେ। ଭକ୍ତଙ୍କ ଯାତାୟାତ ପାଇଁ ସ୍ବତନ୍ତ୍ର ଟ୍ରାଫିକ ରୁଟ୍‌ ନିର୍ଦ୍ଧାରିତ ହୋଇଛି। ଭୁବନେଶ୍ବର, କୋଣାର୍କ ଓ ବ୍ରହ୍ମଗିରି ପଟୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଚାରିଚକିଆ ଓ ଦୁଇଚକିଆ ଯାନ ରଖିବା ପାଇଁ ସ୍ବତନ୍ତ୍ର ସ୍ଥାନ ସ୍ଥିରୀକୃତ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ