Tuesday, October 27, 2026
21.4 C
Odisha

    ନନ୍ଦନକାନନରେ ଦ୍ବିତୀୟ ଥର ୨ଟି ଛୁଆର ମାଆ ହେଲା ବାଘୁଣୀ ମୌସୁମୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସିର ଖବର । ଧଳା ବାଘୁଣୀ ସେହ୍ନା ଓ ମହାବଳ ବାଘ ମନୀସର ମିଳନରୁ 2016 ମସିହା ଅଗଷ୍ଟ ମାସ 5 ତାରିଖରେ ଧଳା ବାଘୁଣୀ ମୌସୁମୀ ଜନ୍ମ ହୋଇଥିଲା। ଏବେ ଦ୍ବିତୀୟ ଥର ପାଇଁ ମାଆ ହେଲା ବାଘୁଣୀ ମୌସୁମୀ । ଧଳା ବାଘୁଣୀ ମୌସୁମୀ ଜନ୍ମ ଦେଲା 2 ଶାବକ । ଯାହାକୁ ମିଶାଇ ନନ୍ଦନକାନନରେ ବାଘ ସଂଖ୍ୟା 29କୁ ବୃଦ୍ଧି ପାଇଛି ।

    30 ଜୁଲାଇ 2024ରେ ମୌସୁମୀ ପ୍ରଥମ ଥର ମାଆ ହୋଇଥିଲା। ତିନୋଟି ଶାବକ ଜନ୍ମ ଦେଇଥିଲା। ତେବେ ସେମାନଙ୍କର ଠିକ ଭାବରେ ଯତ୍ନ ନେଇ ନପାରିବାରୁ ସମସ୍ତଙ୍କର ମୃତ୍ୟୁ ହୋଇଥିଲା। ନନ୍ଦନକାନନର 20 ନଂ ଖୁଆଡ଼ରେ ଗତକାଲି ବିଳମ୍ବିତ ରାତି ଦୁଇ ଘଣ୍ଟା ଅନ୍ତରରେ 2ଟି ଶାବକ ଜନ୍ମ ଦେଇଥିଲା। ଖୁଆଡରେ ଲାଗିଥିବା ସିସିଟିଭି ମାଧ୍ୟମରେ ତା’ ଉପରେ ନଜର ରଖାଯାଇଛି। ବାଘୁଣୀ ମୌସୁମୀ ଛୁଆମାନଙ୍କର ଯତ୍ନ ନେବା ସହିତ କ୍ଷୀର ପାନ କରାଉଥିବା ଦେଖିବାକୁ ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.4 ° C
    21.4 °
    21.4 °
    69 %
    0.3kmh
    100 %
    Mon
    21 °
    Tue
    28 °
    Wed
    22 °
    Thu
    22 °
    Fri
    27 °

    ସମ୍ବନ୍ଧିତ