Saturday, February 21, 2026
25.7 C
Odisha

    ନନ୍ଦନକାନନରେ ପୁଣି ଜନ୍ମ ନେଲେ ୧୧ ହଳଦିଆ ଆନାକୋଣ୍ଡା, ୨୫ରେ ପହଁଚିଲା ସଂଖ୍ୟା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନନ୍ଦନକାନନରେ ପୁଣି ଜନ୍ମ ନେଲେ ୧୧ ହଳଦିଆ ଆନାକୋଣ୍ଡା । ଫଳରେ ଆନାକୋଣ୍ଡା ସଂଖ୍ୟା ୨୫କୁ ବୃଦ୍ଧି ପାଇଛି । ଗତ ମାସ ୨୯ ତାରିଖରେ ଆନାକୋଣ୍ଡା ୭ଟି ଛୁଆ ଜନ୍ମ ଦେଇଥିଲା । ଏକ ସପ୍ତାହ ପରେ ପୁଣି ୧୧ଟି ଶାବକ ଜନ୍ମ ଦେଇଛି । ଚଳିତ ସପ୍ତାହରେ ଏହା ଦ୍ବିତୀୟ ପ୍ରଜନନ। ୨୦୧୯ ଅକ୍ଟୋବରରେ ମାଡ୍ରାସ୍ କୁମ୍ଭୀର ବ୍ୟାଙ୍କ ଟ୍ରଷ୍ଟ ପକ୍ଷରୁ ନନ୍ଦନକାନନକୁ ଆନାକୋଣ୍ଡା ଅଣାଯାଇଥିଲା । ଶେଷଥର ୨୦୨୨ରେ ନନ୍ଦନକାନନରେ ୯ଟି ଆନାନୋଣ୍ଡା ଜନ୍ମ ନେଇଥିଲେ । ପୁଣି ୩ ବର୍ଷ ପରେ ଏମାନଙ୍କ ବଂଶ ବୃଦ୍ଧି ପାଇଛି ।

    ନିକଟରେ ଦୀର୍ଘ ୩୩ ବର୍ଷ ପରେ ବିରଳ ପ୍ରଜାତିର ସବୁଜ ଇଗୁଆନ ଜନ୍ମ ହୋଇଥିଲା । ଏହାକୁ ମିଶାଇ ନନ୍ଦନକାନନରେ ଇଗୁଆନ ସଂଖ୍ୟା ୧୭ରେ ପହଂଚିଛି । ୩ଟି ଶାବକ ସୁସ୍ଥ ଥିବା ବେଳେ ସେମାନଙ୍କୁ ସରୀସୃପ ଉଦ୍ୟାନର ଖୁଆଡ଼ରେ ସ୍ଵତନ୍ତ୍ର ଯତ୍ନ ନିଆଯାଉଛି । ଅନ୍ୟ ଦୁଇଟି ଶାବକଙ୍କୁ ଶିଶୁ ଲାଳନପାଳନ କେନ୍ଦ୍ରରେ ରଖାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.7 ° C
    25.7 °
    25.7 °
    24 %
    1.4kmh
    2 %
    Sat
    28 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ