Saturday, April 11, 2026
37.2 C
Odisha

    ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ରାଜ୍ୟ ସୂଚନା ଆୟୁକ୍ତଙ୍କ ଶପଥ ଗ୍ରହଣ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ୩ ଜଣ ରାଜ୍ୟ ସୂଚନା ଆୟୁକ୍ତ ଶପଥ ଗ୍ରହଣ କରିଛନ୍ତି। ଆଜି ରାଜଭବନର ଅଭିଷେକ ହଲ୍ ଠାରେ ଏହି ଉପଲକ୍ଷେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ମନୋଜ କୁମାର ପରିଡ଼ା, ରାଜ୍ୟ ସୂଚନା ଆୟୁକ୍ତଭାବେ ପ୍ରାଣବନ୍ଧୁ ଆଚାର୍ଯ୍ୟ, ପବିତ୍ର ମଣ୍ଡଳ ଏବଂ କଳ୍ପନା ପଟ୍ଟନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ପ୍ରାରମ୍ଭରେ ରାଜ୍ୟପାଳଙ୍କ ଅନୁମତି ପ୍ରାପ୍ତ ପରେ ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ରାଜ୍ୟ ସୂଚନା ଆୟୁକ୍ତଙ୍କ ନିଯୁକ୍ତି ଆଜ୍ଞାପତ୍ର ପାଠ କରିଥିଲେ।

    ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରୀ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ବିଧାନସଭାର ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ରାଜ୍ୟ ମାନବିକ ଅଧିକାର ଆୟୋଗର ଅଧ୍ୟକ୍ଷ ଜଷ୍ଟିସ୍ ଶତ୍ରୁଘନ ପୂଜାହାରୀ, ରାଜ୍ୟ ସୂଚନା ଆୟୁକ୍ତ ସୁଶାନ୍ତ କୁମାର ମହାନ୍ତି, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଏନ୍.ବି.ଏସ୍ ରାଜପୁତ, ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ ଦେବ ପ୍ରସାଦ ଦାଶ, ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଗୁର୍ବୀର ସିଂହଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.2 ° C
    37.2 °
    37.2 °
    13 %
    4kmh
    0 %
    Sat
    38 °
    Sun
    41 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ