Saturday, September 5, 2026
30.8 C
Odisha

    ନବୀନ ନିବାସରେ ବଡ଼ ଭାଇ ପ୍ରେମ ପଟ୍ଟନାୟକ, ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନବୀନ ନିବାସରେ ପ୍ରେମ ପଟ୍ଟନାୟକ । ଭୁବନେଶ୍ବରରେ ପହଞ୍ଚିଲେ ନବୀନ ପଟ୍ଟନାୟକଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ । ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ଆସିଛନ୍ତି ପ୍ରେମ ପଟ୍ଟନାୟକ। ଡିହାଇଡ୍ରେସନ କାରଣରୁ ରବିରାର ସଂଧ୍ୟା ପ୍ରାୟ ୫ଟା ୧୫ରେ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ପ୍ରାୟ ୭୭ ଘଣ୍ଟା ପରେ ସୁସ୍ଥ ହୋଇ ନବୀନ ନିବାସ ଫେରିଛନ୍ତି । ଶରୀରରେ ଜଳୀୟ ଅଂଶ କମିଯିବାରୁ ନବୀନଙ୍କର ସ୍ବାସ୍ଥ୍ୟଗତ ସମସ୍ୟା ଦେଖା ଦେଇଥିଲା । ତାଙ୍କ ଅସୁସ୍ଥତା ଖବର ପାଇ ବହୁ ରାଜନୈତିକ ନେତା ଓ ରାଜ୍ୟବାସୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ ।

    ପ୍ରକାଶଯୋଗ୍ୟ, ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଗତ ଜୁଲାଇ ମାସରେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ପାଇଁ ଭର୍ତ୍ତି ହୋଇଥିଲେ । ତାଙ୍କର ଏକ ସଫଳ ଅସ୍ତ୍ରୋପଚାର କରାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.8 ° C
    30.8 °
    30.8 °
    64 %
    2.7kmh
    41 %
    Sat
    31 °
    Sun
    31 °
    Mon
    31 °
    Tue
    31 °
    Wed
    30 °

    ସମ୍ବନ୍ଧିତ