Tuesday, March 24, 2026
35.6 C
Odisha

    ନବୀନ ନିବାସରେ ହକି ତାରକା ଅମିତ ରୋହିଦାସଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଭାରତୀୟ ହକି ଦଳର ଓଡ଼ିଆ ଖେଳାଳୀ ଅମିତ ରୋହିଦାସଙ୍କୁ ଆଜି ବିରୋଧୀ ଦଳନେତା ନବୀନ ପଟ୍ଟନାୟକ ନବୀନ ନିବାସରେ ସମ୍ବର୍ଦ୍ଧିତ କରିଛନ୍ତି। ଅମିତଙ୍କୁ ରୁପା ତାରାକାସି କାମର ରଥା ରୁଢ଼ ଜଗନ୍ନାଥ, ବଲଭଦ୍ର ଓ ସୁଭଦ୍ରାଙ୍କ ପ୍ରତିମୂର୍ତ୍ତି ଏବଂ ଉତ୍ତରୀୟ ଶ୍ରୀ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ। ଅମିତଙ୍କୁ ଓଡିଶାର ଗର୍ବ ଭାବରେ ଶ୍ରୀ ପଟ୍ଟନାୟକ ବର୍ଣ୍ଣନା କରିବା ସହ ଯୁବ ପିଢ଼ିକୁ ତାଙ୍କର ସଫଳତା ପ୍ରେରଣା ଦେଇଚାଲିବ ବୋଲି କହିଥିଲେ । ଓଡିଶା ଭାରତୀୟ ହକି ଦଳକୁ ପ୍ରାୟୋଜିତ କରିବା ପରେ ଲଗାତାର ଦୁଇଟି ଅଲିମ୍ପିକରେ ଦଳ ଦୁଇ ଦୁଇଟି ବ୍ରୋଞ୍ଜ ପଦକ ପାଇ ଦେଶର ଗୌରବ ବୃଦ୍ଧି କରିଥିବାରୁ ଶ୍ରୀ ପଟ୍ଟନାୟକ ଅମିତଙ୍କୁ ଓ ଭାରତୀୟ ହକି ଦଳକୁ ଅଭିନନ୍ଦନ ଜଣାଇ ଥିଲେ। ଆଗାମୀ ଲସଏଞ୍ଜେଲସ ଅଲିମ୍ପିକରେ ଭାରତୀୟ ଦଳ ଆହୁରି ଭଲ ପ୍ରଦର୍ଶନ କରି ସୁନା ପଦକ ଜିତିବ ବୋଲି ଶ୍ରୀ ପଟ୍ଟନାୟକ ଦୃଢ଼ ଆଶା ବ୍ୟକ୍ତ କରିଥିଲେ। ସମ୍ବର୍ଦ୍ଧନା ପାଇଁ ଧନ୍ୟବାଦ ଜଣାଇବା ନବୀନ ପଟ୍ଟନାୟକଙ୍କୁ ପ୍ୟାରିସ ଅଲିମ୍ପିକର ମାସ୍କଟ ପ୍ରଦାନ କରିବା ସହ ଭାରତୀୟ ହକି ଦଳର ଏହି ସଫଳତାରେ ନବୀନ ପଟ୍ଟନାୟକଙ୍କ ପ୍ରୋତ୍ସାହନ ପାଇଁ ଦଳ ପକ୍ଷରୁ ଅମିତ କୃତଜ୍ଞତା ଜଣାଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.6 ° C
    35.6 °
    35.6 °
    19 %
    1.9kmh
    0 %
    Tue
    36 °
    Wed
    38 °
    Thu
    38 °
    Fri
    40 °
    Sat
    39 °

    ସମ୍ବନ୍ଧିତ