Thursday, September 24, 2026
23.9 C
Odisha

    ନିଜସ୍ୱ ଘୋଷଣାନାମାରେ କରିହେବ ଚାଷୀ ପଞ୍ଜୀକରଣ!

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଏଣିକି ଚାଷୀ ପଞ୍ଜୀକରଣ ପାଇଁ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର। ଏବେ ନିଜସ୍ୱ ଘୋଷଣାନାମାରେ କରିହେବ ଚାଷୀ ପଞ୍ଜୀକରଣ। ଏନେଇ ରାଜ୍ୟ ଯୋଗାଣ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ସଚିବ। ଖରିଫ ଧାନ ସଂଗ୍ରହ ପଞ୍ଜୀକରଣରେ ଦରକାର ହେଉଥିଲା ବଂଶାନୁକ୍ରମିକ ପ୍ରମାଣପତ୍ର । ତେବେ ଚଳିତ ଖରିଫ୍ ଋତୁ ପାଇଁ ଏହାକୁ କାର୍ଯ୍ୟକାରୀ କରାଯିବ ।

    ପୂର୍ବରୁ ଖରିଫ ଋତୁ ଧାନ ସଂଗ୍ରହ ଏବଂ ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ସେ କହିଥିଲେ , ଗୋଟେ ବି ଚାଷୀ ପଞ୍ଜୀକରଣରୁ ବଞ୍ଚିତ ହେବେନି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଖରିଫ ଋତୁ ଧାନ ସଂଗ୍ରହ ନିମନ୍ତେ ଜାରି ପ୍ରକ୍ରିୟାର ଅବଧିକୁ ବୃଦ୍ଧି କରାଯାଇଛି । ଏହି ପଞ୍ଜୀକରଣ ପ୍ରକ୍ରିୟା ଗତ ଜୁଲାଇ ୧୯ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଏହା ଚଳିତ ମାସ ୨୦ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଥିଲା । ମାତ୍ର ଚାଷୀମାନଙ୍କ ସ୍ବାର୍ଥ ଓ ଅନୁରୋଧ କ୍ରମେ ଏହି ଅବଧିକୁ ବୃଦ୍ଧି କରିଛନ୍ତି ସରକାର । ଏପର୍ଯ୍ୟନ୍ତ ୧୦ ଲକ୍ଷ ୯୩ ହଜାର ୨୨୦ ଜଣ ଚାଷୀ ପଞ୍ଜୀକରଣ କରିଥିବା ବେଳେ ଆଗକୁ ଏହା ଆହୁରି ବୃଦ୍ଧି ହେବ । ଏଥିସହ ପଞ୍ଜୀକରଣ ପ୍ରକ୍ରିୟାକୁ ସରଳିକରଣ କରାଯାଇଥିବା କହିଥିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.9 ° C
    23.9 °
    23.9 °
    99 %
    1.2kmh
    100 %
    Thu
    24 °
    Fri
    28 °
    Sat
    29 °
    Sun
    26 °
    Mon
    30 °

    ସମ୍ବନ୍ଧିତ