Wednesday, March 18, 2026
31.9 C
Odisha

    ନିର୍ବାଚନ କମିଶନଙ୍କ ବିଏଲଓ ପତ୍ରିକାରେ ସ୍ଥାନ ପାଇଲା ଓଡ଼ିଶାର ବିଏଲ୍‌ଓ ମାସ୍କଟ ‘ମିତା ଦିଦି’

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶାର ନିର୍ବାଚନ ସମ୍ବନ୍ଧୀୟ ବିଏଲ୍‌ଓ ମାସ୍କଟ (BLO ICON-Mita Didi) ‘ମିତା ଦିଦି’କୁ ଭାରତ ନିର୍ବାଚନ କମିଶନ ନିଜର ବିଏଲଓ ପତ୍ରିକାରେ ମାସ୍କଟ ରୂପେ ସ୍ଥାନିତ କରିଛନ୍ତି। ଓଡ଼ିଶାର ବିଏଲ୍‌ଓ ମାସ୍କଟ ‘ମିତା ଦିଦି’ ବର୍ତ୍ତମାନ ସମଗ୍ର ଦେଶରେ ବିଏଲ୍‌ଓ ମାସ୍କଟ ପାଲଟିଛି । ଏହି ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସମସ୍ତ ବିଏଲ୍‌ଓମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
    ନିର୍ବାଚନ ପ୍ରକ୍ରିୟାରେ ବିଏଲ୍‌ଓ (ବୁଥ୍ ଲେବୁଲ୍ ଅଫିସର ବା ବୁଥସ୍ତରୀୟ ଅଧିକାରୀ)ମାନଙ୍କର ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି । ଭୋଟର ତାଲିକା ସଂଶୋଧନ ଏବଂ ନିର୍ବାଚନ ପରିଚାଳନା ପ୍ରକ୍ରିୟାରେ ତୃଣମୂଳ ସ୍ତରରେ ବୁଖସ୍ତରୀୟ ଅଧିକାରୀମାନେ ଗୁରୁତ୍ଵପୂର୍ଣ୍ଣ ଦାୟିତ୍ଵ ତୁଲାଇଥା’ନ୍ତି । ବାହାରକୁ ଜଣାପଡ଼ି ନ ଥିଲେ ମଧ୍ୟ ନିର୍ବାଚନ ପ୍ରକ୍ରିୟାର ସଫଳ ରୂପାୟନ ପାଇଁ ଗୁରୁ ଦାୟିତ୍ୱ ବହନ କରୁଥିବାରୁ ସେମାନଙ୍କୁ ନିର୍ବାଚନର ‘ଅକୀର୍ତ୍ତିତ ନାୟକ’ ଭାବେ ଅଭିହିତ କରାଯାଏ। ଗଣତନ୍ତ୍ରକୁ ତୃଣମୂଳ ସ୍ତରରୁ ଶକ୍ତିଶାଳୀ କରିବାରେ ବିଏଲ୍‌ଓମାନଙ୍କ ଦାୟିତ୍ୱକୁ ଭୂୟସୀ ପ୍ରଶଂସା କରି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଆସନ୍ତା ଏକକାଳୀନ ସାଧାରଣ ନିର୍ବାଚନରେ ସମସ୍ତ ବୁଥସ୍ତରୀୟ ଅଧିକାରୀମାନେ ଗଣତନ୍ତ୍ରର ଜାଗ୍ରତ ପ୍ରହରୀ ରୂପେ କାର୍ଯ୍ୟ କରିବେ ବୋଲି ପ୍ରେରିତ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.9 ° C
    31.9 °
    31.9 °
    29 %
    1.6kmh
    100 %
    Wed
    35 °
    Thu
    32 °
    Fri
    35 °
    Sat
    35 °
    Sun
    36 °

    ସମ୍ବନ୍ଧିତ