Wednesday, April 8, 2026
37.8 C
Odisha

    ନିଶାଙ୍କୁ ନେଇ ବଢ଼ୁଛି ବିବାଦ, ଖୁବ୍ ଶୀଘ୍ର ହୋଇପାରନ୍ତି ଗିରଫ

    ଆଗକୁ ପଢନ୍ତୁ

    ବଲାଙ୍ଗିର  : ମହଙ୍ଗା ପଡ଼ିଲା ଅଶ୍ଳୀଳ ନାଚ । ଅଶ୍ଳୀଳ ନାଚ ପାଇଁ ଗିରଫ ହୋଇପାରନ୍ତି ଆଇଟମ୍‌ ଗାର୍ଲ ନିଶା ମହାରଣା । ବଲାଙ୍ଗିର ସଦର ଥାନାରେ ମାମଲା ରୁଜୁ ପରେ ବଢ଼ିଲା ଗିରଫ ସମ୍ଭାବନା । ଗତ ୧୨ ତାରିଖରେ ଚନ୍ଦନଭାଟିରେ ଅଶ୍ଳୀଳ ନୃତ୍ୟ ଅଭିଯୋଗରେ ମାମଲା ରୁଜୁ ହୋଇଛି । ୨ ଆୟୋଜକଙ୍କୁ ପୋଲିସ ଅଟକ ରଖିବା ପରେ ନିଶାଙ୍କ ସମସ୍ୟା ଏବେ ବଢ଼ିବାରେ ଲାଗିଛି । ଗୋଟିଏ ଟିମ୍‌ ଭୁବନେଶ୍ବର ଆସି ନିଶାଙ୍କୁ ଖୋଜୁଥିବା ସୂଚନା ମିଳିଛି । ତେବେ ଯାତ୍ରା ପେଣ୍ଡାଲରେ ଆଇଟମ୍‌ ଗାର୍ଲ ନିଶା ମହାରଣାଙ୍କ ଅଶ୍ଳୀଳ ଡ୍ୟାନ୍ସ ପୁଣିଥରେ ସୋସିଆଲ ମିଡିଆରେ ଭାଇରାଲ ହେବାପରେ ଏବେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି । ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି।

    ଛତିଶଗଡ଼ ପୋଲିସ ୧୭ଜଣ ଆୟୋଜକଙ୍କୁ ଗିରଫ କରିଥିବା ବେଳେ ଅପେରା ପାଇଁ ଅନୁମତି ଦେଇଥିବା ଉପଜିଲ୍ଲାପାଳ ତୁଳସୀଦାସ ମକରମ୍‌ଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ଅନ୍ୟପକ୍ଷେ ଯାତ୍ରା ପରିବେଷଣ ବେଳେ ଉପସ୍ଥିତ ଥିବା ୩ ପୋଲିସ କର୍ମଚାରୀଙ୍କୁ ନିଲମ୍ୱନ କରାଯାଇଛି । ଆଗକୁ ଏଭଳି ଘଟଣାର ପୁନରାବୃତ୍ତି ଯେଭଳି ନ ହେବ ସେଥିପ୍ରତି କଡ଼ା ନଜର ରଖାଯାଇଥିବା ଗରିଆବନ୍ଦ ଅତିରିକ୍ତ ଏସ୍‌ପି ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।

    ମିଳିଥିବା ସୂଚନା ମୁତାବକ, ଛତିଶଗଡ଼ ଉରମାଳରେ ଓଡ଼ିଶାର ବନଦୁର୍ଗା ଗଣନାଟ୍ୟକୁ ଗତ ୪ରୁ ୧୦ ତାରିଖ ଯାଏଁ ଯାତ୍ରା ପରିବେଷଣ ପାଇଁ ଅନୁମତି ମିଳିଥିଲା। ୯ ତାରିଖ ଯାତ୍ରା ପେଣ୍ଡାଲରେ ଆଇଟମ୍‌ ଗାର୍ଲ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ । ଯାହାକି ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରବର୍ତ୍ତୀ ସମୟରେ ଗରିଆବନ୍ଦ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ୧୦ ତାରିଖରେ ଯାତ୍ରାକୁ ବନ୍ଦ କରାଯାଇଥିଲା। ବର୍ତ୍ତମାନ ଏହି ଘଟଣା ଛତିଶଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷେ ଓଡ଼ିଶାରେ ହେଉଥିବା ଯାତ୍ରା ପେଣ୍ଡାଲରେ ଅଶ୍ଳୀଳ ଡ୍ୟାନ୍ସକୁ ସରକାର କେଉଁଭଳି ଆକ୍ସନ ନେବେ ତାହା ଦେଖିବା ବାକି ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.8 ° C
    37.8 °
    37.8 °
    13 %
    3.6kmh
    3 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ