Wednesday, September 10, 2025
24.5 C
Odisha

    ନୂଆଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ଭବନରେ ଓଡ଼ିଆ ଐତିହ୍ୟର ଝଲକ ରହିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନୂଆଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି । ଓଡ଼ିଶା ଭବନରେ ଓଡିଆ ଐତିହ୍ୟର ଝଲକ ରହିବ । ରାଜ୍ୟର ସମୃଦ୍ଧ ପ୍ରସ୍ତର କାରୁକାର୍ଯ୍ୟ, ସମ୍ବଲପୁରୀ ଇକତ, ଓଡ଼ିଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ କରିବା ପାଇଁ ଆର୍କିଟେକ୍ଟରଙ୍କୁ ପରାମର୍ଶ ଦେଇଥିଲେ ।

    ଏହି ନିର୍ମାଣ ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୋଟ ୪,୭୬୧ ବର୍ଗ ମିଟର ନିର୍ମାଣ ଅଞ୍ଚଳରେ ଏହି G+6 ଭବନ ନିର୍ମାଣ କରାଯିବ । ଏଥିରେ ମୋଟ ୪୫ଟି କୋଠରୀ ରହିବ। ଓଡ଼ିଶା ଭବନରେ ଏକ ସମ୍ମିଳନୀ କକ୍ଷର ମଧ୍ୟ ବ୍ୟବସ୍ଥା କରାଯାଇଛି ।

    ସେହିପରି ମୁମ୍ବାଇକୁ ଓଡ଼ିଶାରୁ ଅଧିକ ସଂଖ୍ୟକ କ୍ୟାନସର ରୋଗୀ ଚିକିତ୍ସିତ ହେବାକୁ ଯାଉଥିବାରୁ ମୁମ୍ବାଇ ଓଡ଼ିଶା ଭବନରେ ଅଧିକ କୋଠରୀ ବ୍ୟବସ୍ଥା କରିବାକୁ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥିସହିତ ଓଡ଼ିଶାରୁ ଅଯୋଧ୍ୟାକୁ ଅଧିକ ସଂଖ୍ୟକ ଶ୍ରଦ୍ଧାଳୁ ଯାଉଥିବାରୁ ଏବଂ ହାଇଦ୍ରାବାଦ ଓ ସୁରଟରେ ବହୁଳ ଭାବେ ଓଡ଼ିଆ ଲୋକ ରହୁଥିବାରୁ ଅଯୋଧ୍ୟା, ହାଇଦ୍ରାବାଦ ଓ ସୁରଟରେ ମଧ୍ୟ ଓଡ଼ିଶା ଭବନ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

    ବୈଠକରେ କୋଲକତା ଉତ୍କଳ ଭବନର ମରାମତି ଓ ନବୀକରଣ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    90 %
    1.5kmh
    92 %
    Tue
    24 °
    Wed
    31 °
    Thu
    32 °
    Fri
    31 °
    Sat
    30 °

    ସମ୍ବନ୍ଧିତ