Sunday, October 4, 2026
23.3 C
Odisha

    ନୂଆପଡ଼ାରେ ବିଜେପିର ବିଜୟ ସକଳ୍ପ ସମାବେଶ, ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ନୂଆପଡ଼ା: ନୂଆପଡ଼ାରେ ବିଜେପିର ବିଜୟ ସକଳ୍ପ ସମାବେଶ ଓ ମହା ମିଶ୍ରଣ ପର୍ବ । ଏଥିରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଉପନିର୍ବାଚନ ପାଇଁ ବିଗୁଲ ବଜାଇବା ସହ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟ ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ,ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବହୁ ମନ୍ତ୍ରୀ,ସାଂସଦ ଓ ବିଧାୟକମାନେ ଉପସ୍ଥିତ ଅଛନ୍ତି ।  ଏହି ଅବସରରେ ବିଜେଡ଼ିର ଟାଣୁଆ ନେତା ଲମ୍ବୋଦର ନିଆଲ ଓ ତାଙ୍କ ସମର୍ଥକମାନେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ।  ଆସନ୍ତା ୧୮ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ଜୟ ଢୋଲକିଆ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.3 ° C
    23.3 °
    23.3 °
    74 %
    1.7kmh
    0 %
    Sun
    23 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ